ଗୁଳି ଫୁଟାଇ ବେପାରୀଙ୍କଠାରୁ ଲୁଟିଥିଲେ ରୁପା ଅଳଙ୍କାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୨୧ା୫(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ଅନ୍ତର୍ଗତ ନିମିକ୍ଷେତା ଛକରେ ରୁପା ବେପାରୀଙ୍କୁ ଗୁଳି ଫୁଟାଇ ରୁପା ଅଳଙ୍କାର ଲୁଟ୍‌ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୭କେଜି ରୂପା, ୨ଟା ବାଇକ ଜବତ କରିଛି। ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲ୍ଲା ଆସ୍କା ଅଞ୍ଚଳର ଏ.ରବି(୩୫) ଓ ମହେଶ ପ୍ରଧାନ(୨୨)। ଏମାନେ ଏରୋଗଲା ସମ୍ପଦ୍ରାୟର। ଅନ୍ୟ ୩ ଫେରାର ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି ସାଗରିକା ନାଥ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ବାଲୁଗାଁ ଥାନା ଅନ୍ତର୍ଗତ ଉମାକାନ୍ତପୁର ଗ୍ରାମର ପ୍ରହ୍ଲାଦ ନାୟକ ବାଲୁଗାଁ ଏବଂ ଗଞ୍ଜାମ ଖଲିକୋଟ ଅଞ୍ଚଳରେ ଘରକୁ ଘର ବୁଲି ରୁପା ବେପାର କରନ୍ତି। ଗତ ୯ ତାରିଖ ସେ ବାଇକ୍‌ରେ ରୁପା ଅଳଙ୍କାର ଧରି ଖଲିକୋଟ ଯାଉଥିଲେ। ନିମିକ୍ଷେତା ଛକରେ ୫ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଗୁଳି ଫୁଟାଇ ତାଙ୍କ ଠାରୁ ୧୫ କେଜି ରୁପା ଅଳଙ୍କାର ଲୁଟି ଫେରାର ହୋଇଯାଇଥିଲେ। ପ୍ରହ୍ଲାଦ ଗୁରୁତର ଆହତ ହୋଇଥିଲେ। ଆହତଙ୍କ ସ୍ତ୍ରୀ ସୁନିତାଙ୍କ ଅଭିଯୋଗ କ୍ରମେ ବାଲୁଗାଁ ଥାନାରେ ଏକ ମାମଲା(ନଂ ୧୩୫।୨୫) ରୁଜୁ ହୋଇଛି।

ଏହି ଘଟଣାରେ ବାଲୁଗାଁ ଏସ୍‌ଡିପିଓ ସଞ୍ଜୟ ପଟ୍ଟନାୟକ, ଥାନା ଅଧିକାରୀ ଜୟକୃଷ୍ଣ ପରିଡ଼ା ଏବଂ ସ୍ପେଶାଲ ସ୍କ୍ବାଡ୍‌ ନେଇ ଗଠିତ ଟିମ୍‌ ଗଞ୍ଜାମ ପୋଲିସ ସହାୟତାରେ ୨ଅଭିଯୁକ୍ତଙ୍କୁ ଆସିକା ଅଞ୍ଚଳରୁ ଧରିଥିଲେ। ଗିରଫ ଅଭିଯୁକ୍ତମାନେ ରାଜପଥରେ ଏକାକୀ ଯାଉଥିବା ଲୋକଙ୍କୁ ଟାର୍ଗେଟ କରି ନିଛାଟିଆ ସ୍ଥାନରେ ଲୁଟ୍‌ପାଟ୍‌ କରୁଛନ୍ତି ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri