ଗୁଳି ଫୁଟାଇ ବେପାରୀଙ୍କଠାରୁ ଲୁଟିଥିଲେ ରୁପା ଅଳଙ୍କାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୨୧ା୫(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ଅନ୍ତର୍ଗତ ନିମିକ୍ଷେତା ଛକରେ ରୁପା ବେପାରୀଙ୍କୁ ଗୁଳି ଫୁଟାଇ ରୁପା ଅଳଙ୍କାର ଲୁଟ୍‌ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୭କେଜି ରୂପା, ୨ଟା ବାଇକ ଜବତ କରିଛି। ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲ୍ଲା ଆସ୍କା ଅଞ୍ଚଳର ଏ.ରବି(୩୫) ଓ ମହେଶ ପ୍ରଧାନ(୨୨)। ଏମାନେ ଏରୋଗଲା ସମ୍ପଦ୍ରାୟର। ଅନ୍ୟ ୩ ଫେରାର ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି ସାଗରିକା ନାଥ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ବାଲୁଗାଁ ଥାନା ଅନ୍ତର୍ଗତ ଉମାକାନ୍ତପୁର ଗ୍ରାମର ପ୍ରହ୍ଲାଦ ନାୟକ ବାଲୁଗାଁ ଏବଂ ଗଞ୍ଜାମ ଖଲିକୋଟ ଅଞ୍ଚଳରେ ଘରକୁ ଘର ବୁଲି ରୁପା ବେପାର କରନ୍ତି। ଗତ ୯ ତାରିଖ ସେ ବାଇକ୍‌ରେ ରୁପା ଅଳଙ୍କାର ଧରି ଖଲିକୋଟ ଯାଉଥିଲେ। ନିମିକ୍ଷେତା ଛକରେ ୫ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଗୁଳି ଫୁଟାଇ ତାଙ୍କ ଠାରୁ ୧୫ କେଜି ରୁପା ଅଳଙ୍କାର ଲୁଟି ଫେରାର ହୋଇଯାଇଥିଲେ। ପ୍ରହ୍ଲାଦ ଗୁରୁତର ଆହତ ହୋଇଥିଲେ। ଆହତଙ୍କ ସ୍ତ୍ରୀ ସୁନିତାଙ୍କ ଅଭିଯୋଗ କ୍ରମେ ବାଲୁଗାଁ ଥାନାରେ ଏକ ମାମଲା(ନଂ ୧୩୫।୨୫) ରୁଜୁ ହୋଇଛି।

ଏହି ଘଟଣାରେ ବାଲୁଗାଁ ଏସ୍‌ଡିପିଓ ସଞ୍ଜୟ ପଟ୍ଟନାୟକ, ଥାନା ଅଧିକାରୀ ଜୟକୃଷ୍ଣ ପରିଡ଼ା ଏବଂ ସ୍ପେଶାଲ ସ୍କ୍ବାଡ୍‌ ନେଇ ଗଠିତ ଟିମ୍‌ ଗଞ୍ଜାମ ପୋଲିସ ସହାୟତାରେ ୨ଅଭିଯୁକ୍ତଙ୍କୁ ଆସିକା ଅଞ୍ଚଳରୁ ଧରିଥିଲେ। ଗିରଫ ଅଭିଯୁକ୍ତମାନେ ରାଜପଥରେ ଏକାକୀ ଯାଉଥିବା ଲୋକଙ୍କୁ ଟାର୍ଗେଟ କରି ନିଛାଟିଆ ସ୍ଥାନରେ ଲୁଟ୍‌ପାଟ୍‌ କରୁଛନ୍ତି ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri