ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ ଶୁକ୍ରବାର ବିଲମ୍ବିତ ରାତିରେ ଲୁଟ ଉଦ୍ୟମ ହୋଇଛି। ଭେରାଇଟି ଷ୍ଟୋରର ଆଜ୍‌ବେଷ୍ଟସ ଭାଙ୍ଗି ଘର ଭିତରେ ପଶି ଭିତର ପଟୁ କବାଟ ବନ୍ଦ କରି ୩ଜଣ ଚୋରି କରୁଥିଲେ। ସେହି ସମୟରେ ଗ୍ରାମବାସୀ ଓ ପୋଲିସ ତାଙ୍କୁ କାବୁ କରିନେଇଥିଲେ। ହେଲେ ଘଟଣାସ୍ଥଳରୁ ଜଣେ ଚୋର ଫେରାର ହୋଇଯାଇଥିବା ବେଳେ ଆଉ ୨ଜଣ ଚୋରଙ୍କୁ ଗିରଫ କରିଛି ପୋଲିସ। ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯିବ ବୋଲି ତୁରୁମୁଙ୍ଗା ଥାନା ଏସ୍‌ଆଇ ସୁଶାନ୍ତ ମଣୀ ମହାନ୍ତି ସୂଚନା ଦେଇଛନ୍ତି। ଅନ୍ୟପଟେ ଚୋରଙ୍କ ଛୁରା ମାଡ଼ରେ ତୁରୁମୁଙ୍ଗା ଥାନାର ଏଏସ୍‌ଆଇ ବିଜୟ ଖଟୁଆ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗିରଫ ହୋଇଥିବା ଚୋର ୨ଜଣ ହେଉଛନ୍ତି ଦୁଆଘାଟ ଗ୍ରାମର ସ୍ମୃତି ରଞ୍ଜନ ଭୂୟାଁ (୨୧) ଓ ସରୋଜ କୁମାର ରାଉତ(୨୭)। ଉଭୟ ଯୋଡାରେ ଏକ କମ୍ପାନୀରେ ସିକ୍ୟୁରୀଟି ଗାର୍ଡ ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri