ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୋଲିସ ଏଏସ୍‌ଆଇ

ଭେଡ଼େନ,୨୫ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଧୁବେନପାଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ଏଏସ୍‌ଆଇ ରାମଚନ୍ଦ୍ର ଦାଶ ଆକ୍ରମଣର ଶିକାର ହୋଇଛନ୍ତି। ଅଭିଯୁକ୍ତଙ୍କ କଟୁରୀ ଚୋଟରେ ତାଙ୍କର ମୁଣ୍ଡ ଓ ହାତରେ ଗଭୀର କ୍ଷତ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଭେଡ଼େନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପ୍ରକାଶ ଯେ, ଅଁଳାପାଲି ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଲିଟିକ୍ରା ଛକରେ ମୋହନ ସାହୁ ଓ ବୃନ୍ଦାବନ ପଧାନ ଓରଫ ଭାଲୁ କୌଣସି କାରଣରୁ ବରଗାଁ ଗ୍ରାମର ଦୈତାରୀ ପାଣିଗ୍ରାହୀଙ୍କୁ ଏକ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ଦୈତାରୀଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା (ନଂ.୧୫୭/୨୩)ରୁଜୁ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଥିଲା। ତେବେ ବୃନ୍ଦାବନ ପଧାନ ଧୁବେନପାଲିରେ ଲୁଚି ରହିଥିବା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲା। ଭେଡ଼େନ ଥାନା ଅଧିକାରୀ ସଙ୍ଗୀତା ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌.ଆଇ ଦୟାନିଧି ପାତ୍ର, ଏଏସ୍‌ଆଇ ରାମଚନ୍ଦ୍ର ଦାଶ, ହାବିଲଦାର ଜୟରାମ ଆଚାର୍ଯ୍ୟ ସଦଳବଳ ଚଢାଉ କରିଥିଲେ। ପୋଲିସକୁ ଦେଖି ବୃନ୍ଦାବନ ହଠାତ୍‌ ଏକ ଧାରୁଆ କଟୁରୀରେ ଆକ୍ରମଣ କରିଥିଲା। ଏଥିରେ ଏଏସ୍‌ଆଇ ଦାଶ ଗୁରୁତର ଆହତ ହୋଇଥିଲେ।
ଅନ୍ୟପକ୍ଷେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ ଅନ୍ୟ ପୋଲିସ କର୍ମଚାରୀ ତାଙ୍କୁ କାବୁ କରିନେଇଥିଲେ। ପୋଲିସ ଆକ୍ରମଣରେ ବ୍ୟବହୃତ କଟୁରୀକୁ ଜବତ କରିଛି। ଏ ନେଇ ଭେଡ଼େନ ଥାନାରେ ଏକ ମାମଲା (ନଂ.୧୫୯/୨୩) ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri