ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ହୋଇଛି। ସେ ଅନୁଗୋଳ ଜିଲାରେ ପୋଲିସ ASI ଭାବେ ତାଲିମ ନେଉଥିଲେ। ତେବେ ଶୁକ୍ରବାର ରାତିରେ ସେଠାରେ ପଡିଯିବାରୁ ମୁଣ୍ଡରେ ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ସାରେ ତାଙ୍କ ମରଶରୀର ପୈତୃକ ଗାଁ ବଳରାମପୁରରେ ପହଞ୍ଚିଥିଲା। ସେଠାରେ ଶୋକାକୂଳ ପରିବେଶରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଅବସରପ୍ରାପ୍ତ ଶିକ୍ଷକ ପୁରୁଷୋତ୍ତମ ମିଶ୍ରଙ୍କ ସେ କନିଷ୍ଠ ପୁଅ ହୋଇଥିବାବେଳେ ତାଙ୍କର ସ୍ତ୍ରୀ ଓ ୨ ଛୋଟ ଝିଅ ପୁଅ ଅଛନ୍ତି। ତାଙ୍କ ପରଲୋକ ଖବର ପ୍ରଚାରିତ ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ…
କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri