ଖବରଦାତାଙ୍କୁ ପୋଲିସର ଆକ୍ରମଣ: ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଯାଜପୁର ଅଫିସ,୩୧ା୫:ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ପୋଲିସର ଆକ୍ରମଣ ଘଟଣା ସମ୍ପର୍କରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜାତୀୟ ମାନବାଧିକାର ଡିଫେଣ୍ଡର ଭଜମନ ବିଶ୍ୱାଳଙ୍କ ଆବେଦନ (୮୫୦୦/ଆଇଏନ୍‌/୨୦୨୧)କୁ ଏନ୍‌ଏଚ୍‌ଆର୍‌ସି ଶନିବାର ଗ୍ରହଣ କରିଛନ୍ତି। ବିଶ୍ୱାଳ ତାଙ୍କ ଆବେଦନ ପତ୍ରରେ ଦର୍ଶାଇଛନ୍ତି ଯେ, ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କ ମାଧ୍ୟମରେ ଜୀବନ, ସ୍ବତନ୍ତ୍ରତା ଏବଂ ସମ୍ମାନର ମାନବିକ ଅଧିକାର ଉଲ୍ଲଂଘନ ହେତୁ ଖବରଦାତା ଦତ୍ତାତ୍ରେୟ ନାୟକଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଉ। ଉକ୍ତ ଅପରାଧରେ ଜଡ଼ିତ ଦୋଷୀ ତଥା ପୋଲିସ କର୍ମଚାରୀଙ୍କ ବେତନରୁ କ୍ଷତିପୂରଣ ରାଶି କଟାଯିବାକୁ ବିଶ୍ୱାଳ ଅନୁରୋଧ କରିଛନ୍ତି। ସେ ଆହୁରି ଦର୍ଶାଇଛନ୍ତି ଯେ, କୋଭିଡ୍‌-୧୯ ପରିସ୍ଥିତିରେ ଖବରଦାତା ଦତ୍ତାତ୍ରେୟ ନିଜ ଜୀବନକୁ ଭୟ ନ କରି ବୃତ୍ତିଗତ ସେବା ଅନୁଯାୟୀ କର୍ତ୍ତବ୍ୟ କରୁଥିଲେ। ରାଜ୍ୟ ସରକାର ଖବରଦାତାମାନଙ୍କୁ କରୋନା ଯୋଦ୍ଧା ଭାବରେ ଘୋଷଣା କରିଛନ୍ତି, ଯେଉଁମାନେ ସାରା ରାଜ୍ୟରେ ନାଗରିକଙ୍କ ସୁରକ୍ଷା ତଥା କଲ୍ୟାଣ ଦିଗରେ ନିରନ୍ତର କାର୍ଯ୍ୟ କରୁଛନ୍ତି। କରୋନା ସଂକ୍ରମଣକୁ ସଙ୍କୁଚିତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଅଧୀନରେ ରଖାଯାଇଥିବା ପ୍ରତିବନ୍ଧକରୁ ଗଣମାଧ୍ୟମକୁ ମୁକ୍ତ କରାଯାଇଛି। ଏଭଳି ସ୍ଥିତିରେ ପୁରୀ ପୋଲିସ ଦ୍ୱାରା ଖବରଦାତା ଦତ୍ତାତ୍ରେୟଙ୍କ ଉପରେ ହୋଇଥିବା ନିର୍ଦ୍ଦୟ ଆକ୍ରମଣ ସଂକ୍ରାନ୍ତରେ ବିଭିନ୍ନ ମହଲରୁ ନିନ୍ଦା କରାଯାଉଛି। କ୍ଷମତା, ପଦବୀ ଏବଂ ଖାକି ପୋଷାକର ଅପବ୍ୟବହାର କରାଯାଇଛି। ତେଣୁ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଆପରାଧିକ ମାମଲା ପଞ୍ଜୀକରଣ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଶ୍ୱାଳ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଅନୁରୋଧ କରିଛନ୍ତି। ଏହି ଅଭିଯୋଗ ସମ୍ପର୍କରେ ବିଶ୍ୱାଳ ଇ-ମେଲ୍‌ ଯୋଗେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ସଚିବ, ପୋଲିସ ଡିଜି, ଓଡ଼ିଶା ମାନବାଧିକାର ସୁରକ୍ଷା କମିଶନ, ପୁରୀ ଜିଲାପାଳ ପ୍ରମୁଖଙ୍କୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?