ପୁରୀରେ ଖବରଦାତାଙ୍କୁ ପୋଲିସର ମାଡ଼ ଘଟଣା: ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଖବରଦାତା ଓ ଫଳ ଦୋକାନୀଙ୍କ ଉପରେ ପୋଲିସର ବର୍ବରତା ନେଇ ଅଭିଯୋଗ ଆସିଥିଲା। ବୁଧବାର ପୋଲିସ ଜଣେ ଫଳ ଦୋକାନୀଙ୍କୁ ମାଡ଼ ମାରିବା ସହ ଏହି ଘଟଣାର ଖବର ସଂଗ୍ରହ କରୁଥିବା ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ମଧ୍ୟ ଆକ୍ରମଣ କରିଥିଲା। ପୋଲିସ କର୍ମଚାରୀଙ୍କ ଏଭଳି କାର୍ଯ୍ୟକୁ ସବୁ ମହଲରେ ତୀବ୍ର ନିନ୍ଦା କରାଯାଇଥିଲା। ଏହାପରେ ଓଡ଼ିଶା ପୋଲିସ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନିଆଯାଇଛି। ଏହି ଆକ୍ରମଣ ଘଟଣାର ତୁରନ୍ତ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ପୁରୀ ଏସ୍‌ପି କନଓ୍ବର ବିଶାଲ ସିଂଙ୍କୁ ପୋଲିସ ମହାନିର୍ଦ୍ଦେଶକ ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ପି ନିଜେ ଏହାର ତଦନ୍ତ କରିବାକୁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଦୀପକ ସାହୁ ନାମକ ଫଳଦୋକାନୀ ଠେଲାରେ ଫଳ ନେଇ ବିକ୍ରି କରିବାକୁ ଯାଉଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ପୋଲିସ ଦୀପକଙ୍କୁ ଏମିତି ମାଡ଼ ମାରିଥିଲେ ଯେ, ଶେଷରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକ ଘଟଣାସ୍ଥଳରେ ପହଞ୍ଚି ଖବର ସଂଗ୍ରହ କରୁଥିଲେ। ଏହା ଦେଖି ପୋଲିସ ଉତ୍‌କ୍ଷିପ୍ତ ହୋଇ ଆକ୍ରୋଶମୂଳକ ଭାବେ ଦତ୍ତାତ୍ରେୟଙ୍କୁ ଆକ୍ରମଣ କରିଥିଲା। ନିଜକୁ ଖବରଦାତାର ପରିଚୟ ଦେଇଥିଲେ ମଧ୍ୟ ପୋଲିସ ତାଙ୍କୁ ଜବରଦସ୍ତି ଭ୍ୟାନ୍‌ରେ ଭର୍ତ୍ତି କରିବାକୁ ଚେଷ୍ଟା କରିଥିଲା। ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀ ଏବଂ କୁମ୍ଭାରପଡ଼ା ଥାନା ଆଇଆଇସି ବିଚିତ୍ରାନନ୍ଦ ସେଠୀଙ୍କ ଉପସ୍ଥିତିରେ ଏହି ଘଟଣା ଘଟିବା ସତ୍ତ୍ୱେ ଉଭୟେ ଚୁପ୍‌ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri