ପୁରୀରେ ଖବରଦାତାଙ୍କୁ ପୋଲିସର ମାଡ଼ ଘଟଣା: ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଖବରଦାତା ଓ ଫଳ ଦୋକାନୀଙ୍କ ଉପରେ ପୋଲିସର ବର୍ବରତା ନେଇ ଅଭିଯୋଗ ଆସିଥିଲା। ବୁଧବାର ପୋଲିସ ଜଣେ ଫଳ ଦୋକାନୀଙ୍କୁ ମାଡ଼ ମାରିବା ସହ ଏହି ଘଟଣାର ଖବର ସଂଗ୍ରହ କରୁଥିବା ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ମଧ୍ୟ ଆକ୍ରମଣ କରିଥିଲା। ପୋଲିସ କର୍ମଚାରୀଙ୍କ ଏଭଳି କାର୍ଯ୍ୟକୁ ସବୁ ମହଲରେ ତୀବ୍ର ନିନ୍ଦା କରାଯାଇଥିଲା। ଏହାପରେ ଓଡ଼ିଶା ପୋଲିସ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନିଆଯାଇଛି। ଏହି ଆକ୍ରମଣ ଘଟଣାର ତୁରନ୍ତ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ପୁରୀ ଏସ୍‌ପି କନଓ୍ବର ବିଶାଲ ସିଂଙ୍କୁ ପୋଲିସ ମହାନିର୍ଦ୍ଦେଶକ ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ପି ନିଜେ ଏହାର ତଦନ୍ତ କରିବାକୁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଦୀପକ ସାହୁ ନାମକ ଫଳଦୋକାନୀ ଠେଲାରେ ଫଳ ନେଇ ବିକ୍ରି କରିବାକୁ ଯାଉଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ପୋଲିସ ଦୀପକଙ୍କୁ ଏମିତି ମାଡ଼ ମାରିଥିଲେ ଯେ, ଶେଷରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକ ଘଟଣାସ୍ଥଳରେ ପହଞ୍ଚି ଖବର ସଂଗ୍ରହ କରୁଥିଲେ। ଏହା ଦେଖି ପୋଲିସ ଉତ୍‌କ୍ଷିପ୍ତ ହୋଇ ଆକ୍ରୋଶମୂଳକ ଭାବେ ଦତ୍ତାତ୍ରେୟଙ୍କୁ ଆକ୍ରମଣ କରିଥିଲା। ନିଜକୁ ଖବରଦାତାର ପରିଚୟ ଦେଇଥିଲେ ମଧ୍ୟ ପୋଲିସ ତାଙ୍କୁ ଜବରଦସ୍ତି ଭ୍ୟାନ୍‌ରେ ଭର୍ତ୍ତି କରିବାକୁ ଚେଷ୍ଟା କରିଥିଲା। ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀ ଏବଂ କୁମ୍ଭାରପଡ଼ା ଥାନା ଆଇଆଇସି ବିଚିତ୍ରାନନ୍ଦ ସେଠୀଙ୍କ ଉପସ୍ଥିତିରେ ଏହି ଘଟଣା ଘଟିବା ସତ୍ତ୍ୱେ ଉଭୟେ ଚୁପ୍‌ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri