ଥାନାରେ ପୋଲିସ-ଭାଜପା ମହିଳା ମୋର୍ଚ୍ଚା ଧସ୍ତାଧସ୍ତି

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ କ୍ୟାପିଟାଲ ଥାନା ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରାଯାଇଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଏହାପରେ ଥାନା ଅଧିକାରୀଙ୍କୁ ମହିଳା ମୋର୍ଚ୍ଚା ତରଫରୁ ଏକ ଏତଲା ପ୍ରଦାନ କରାଯାଇଛି। ମହିଳା ମୋର୍ଚ୍ଚା ଅଭିଯୋଗ କରିଛି, ବେସରକାରୀ ଶିକ୍ଷାନୁଷ୍ଠାନ ସତ୍ତ୍ୱେ ଉକ୍ତ ଅନୁଷ୍ଠାନକୁ ମନ୍ତ୍ରୀ ନିଜ କ୍ଷମତାର ଅପବ୍ୟବହାର କରି ଲକ୍ଷାଧିକ ଟଙ୍କାର ସରକାରୀ ଅନୁଦାନ ଦେବା, ଅଭିଯୁକ୍ତ ଗୋବିନ୍ଦ ସାହୁ ପୋଲିସ ବାରାକରୁ ଖସିଯିବା ପଛରେ ମନ୍ତ୍ରୀଙ୍କ ହାତ ରହିଛି। ମମିତା ହତ୍ୟାକାଣ୍ଡଙ୍କୁ ନେଇ ମନ୍ତ୍ରୀଙ୍କ ବିରୋଧରେ ବହୁ ପ୍ରମାଣ ଓ ଅଭିଯୋଗ ଥିବା ସତ୍ତ୍ୱେ ପୋଲିସ କେବଳ ଗୋବିନ୍ଦ ସାହୁଙ୍କୁ ଗିରଫକରି ତଦନ୍ତ ପ୍ରକ୍ରିୟାକୁ ବିଭ୍ରାନ୍ତ କରିବାର ଷଡ଼ଯନ୍ତ୍ର କରୁଛି। ବର୍ତ୍ତମାନ ସୁଦ୍ଧା ମନ୍ତ୍ରୀଙ୍କୁ କାହିଁକି ତଦନ୍ତ ପରିସରଭୁକ୍ତ କରାଯାଇନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏସବୁ ଅନୈତିକ କାର୍ଯ୍ୟକଳାପର ଖୁଲାସା ହୋଇଯିବା ଭୟରେ ପୂର୍ବ ଯୋଜନା ଅନୁଯାୟୀ ଷଡ଼ଯନ୍ତ୍ର କରି ମମିତାଙ୍କୁ ହତ୍ୟା କରାଯାଇଛି। ଗୋବିନ୍ଦ ସାହୁ ଅଭିଯୁକ୍ତ ହେଲେ, ମନ୍ତ୍ରୀ ମିଶ୍ର ହେଉଛନ୍ତି ମମିତା ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି ଅଭିଯୋଗ କରିଛି। ଅପରପକ୍ଷରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ୱରରୁ କାହାଣୀ ତିଆରି ହେଉଛି ବୋଲି କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କହିଛନ୍ତି। ଏକ ପ୍ରେସ୍‌ ବାର୍ତ୍ତାରେ ସେ କହିଛନ୍ତି ମମିତାଙ୍କ ଲାପ୍‌ଟପ୍‌, ମୋବାଇଲ୍‌ ଓ ପେନ୍‌ଡ୍ରାଇଭ୍‌ରେ ଅନେକ ତଥ୍ୟ ରହିଛି, ଏସବୁ କୁଆଡ଼େ ଗଲା। ତାହାକୁ ସାର୍ବଜନୀନ କରାଯାଉ ବୋଲି ସେ ଦାବି କରିଛନ୍ତି।
ଥାନାରେ ଭାଜପାର ଧସ୍ତାଧସ୍ତି ଘଟଣାକୁ ନେଇ ବିଜେଡି ମୁଖପାତ୍ର ଈପ୍ସିତା ସାହୁ କହିଛନ୍ତି, ନିଜର ସ୍ଥିତି ଜାହିର ପାଇଁ ଭାଜପା ଏବେ ସ୍ପର୍ଶକାତର ମାମଲାରେ ନିମ୍ନମାନର ରାଜନୀତି କରୁଛି। ପୀଡ଼ିତା କିମ୍ବା ତାଙ୍କ ପରିବାର କିଭଳି ନ୍ୟାୟ ପାଇବେ ସେ ଦିଗରେ ଚିନ୍ତା କରିବା ବଦଳରେ ହଜାର ହଜାର ଛାତ୍ରୀଛାତ୍ରଙ୍କୁ ବଦନାମ ପାଇଁ ଅପଚେଷ୍ଟା ଚଳାଇଛି। ମମିତା ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଆଉ କେତେଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ପୋଲିସ ଏହାର ତଦନ୍ତ ଜାରି ରଖିଛି। ଏଭଳି ହୀନ ରାଜନୀତିର ଜବାବ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଠିକଣା ସମୟରେ ଦେବେ। ପୀଡ଼ିତା ପରିବାରକୁ ଉଚିତ ନ୍ୟାୟ ମିଳିବ। ରାଜ୍ୟ ପୋଲିସ ଓ ନ୍ୟାୟ ବ୍ୟବସ୍ଥା ଉପରେ ଆସ୍ଥା ପ୍ରକଟ କରିବା ପରିବର୍ତ୍ତେ ଭାଜପା ନେତାମାନେ ଗଣମାଧ୍ୟମରେ ନିଜର ମୁହଁ ଦେଖାଇବା ପାଇଁ ରାଜଧାନୀରେ ଯେଭଳି ଏଫ୍‌ଆଇଆର୍‌ ଡ୍ରାମା କରିଛନ୍ତି ତାହା ଅତ୍ୟନ୍ତ ହାସ୍ୟାସ୍ପଦ ବୋଲି ଈପ୍ସିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri