Posted inଜାତୀୟ

ପୋଲିସର ବର୍ବରତା: ଶିଶୁଙ୍କୁ କୋଳେଇଥିବା ବାପାଙ୍କ ଉପରକୁ ଲାଠିଚାର୍ଜ

କାନପୁର,୧୦।୧୧: ଉତ୍ତରପ୍ରଦେଶର କାନପୁର ଦେହାତରେ ପୋଲିସର ବର୍ବରତାର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଏକ ଶିଶୁକୁ ନିଜ କୋଳରେ ବୋହି ନେଉଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ଲାଠିଚାର୍ଜ କରୁଥିବା ଦେଖିବାକୁ ମିଳିଛି। କାନପୁର ଦେହାତର ଆକବରପୁର ଜିଲା ଡାକ୍ତରଖାନା ସମ୍ମୁଖରେ ଏହି ଘଟଣା ଘଟିଛି।
ସୂଚନାଯୋଗ୍ୟ, ଇନ୍ସପେକ୍ଟର ଭି.କେ ମିଶ୍ର କୋଳରେ ଶିଶୁ ଧରିଥିବା ବ୍ୟକ୍ତିଙ୍କୁ କେବଳ ବାଡିରେ ଆକ୍ରମଣ କରିନାହାଁନ୍ତି ବରଂ ତାଙ୍କ ପିଲାକୁ ଛଡ଼େଇ ନେବାକୁ ଚେଷ୍ଟା କରିଥିଲେ। ଭିଡିଓରେ ଯୁବକ ଜଣକ କହୁଛନ୍ତି, ପିଲାକୁ ମାର ନାହିଁ। ମୋର ଇଏ ଗୋଟିଏ ସନ୍ତାନ। ତା’ ମା’ ମଧ୍ୟ ନାହିଁ। କିନ୍ତୁ ପୋଲିସ ଏହା ନ ଶୁଣି ବ୍ୟକ୍ତିଙ୍କ ଉପରେ ଲାଠିଚାର୍ଜ କରିବା ସହ ପିଟିଥିଲେ। କିଛି ଅଧିକାରୀ ଶିଶୁଟିକୁ ତାଙ୍କ ପାଖରୁ ଟାଣି ଆଣିବାକୁ ଚେଷ୍ଟା କରିଥିଲେ। ପିଲାଟି କାନ୍ଦିବା ପରେ ମଧ୍ୟ ପୋଲିସ ବର୍ବର କାମ କରିଚାଲିଥିଲା। ପୋଲିସ ଦାବି କରିଛି ଯେ, ଏହି ବ୍ୟକ୍ତି ଜଣଙ୍କ ଇନ୍ସପେକ୍ଟରଙ୍କ ହାତରେ କାମୁଡିଥିଲେ। ଭିଡିଓ ଭାଇରାଲ ହେବା ପରେ ଙ୍‌ଏଡିଜି ଜୋନ ଭାନୁ ଭାସ୍କର ଇନ୍ସପେକ୍ଟରଙ୍କୁ ନିଲମ୍ବନ କରିଥିଲେ।

ଭାଜପା ଏମ୍‌ପି ବରୁଣ ଗାନ୍ଧୀ ଟୁଇଟ କରି ଏହି ପ୍ରସଙ୍ଗରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଏହା ଏକ କଷ୍ଟଦାୟକ। ନ୍ୟାୟ ଖୋଜୁଥିବା ଲୋକଙ୍କୁ ନ୍ୟାୟ ବଦଳରେ ଏହି ବର୍ବରତାର ସାମ୍ନା କରିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri