ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ ସେହି ସ୍ଥାନରେ ଅତର୍କିତ ଚଢ଼ାଉ କରିଥିଲେ। ସ୍ଥାନୀୟ ଆଇଆଇସି ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଏସଆଇ ରୂପକ ଦଳେଇ, ଏଏସଆଇ ବୁଲୁ ବେହେରା, ରବିନ୍ଦ୍ର ସେଠୀଙ୍କ ସମେତ ଏକ ଫ୍ଲାଟୁନ ଫୋର୍ସ, ହୋମ ଗାର୍ଡ, ଅବକାରୀ ବିଭାଗ କର୍ମଚାରୀ, ବନ ବିଭାଗ କର୍ମଚାରୀ ସଦଳବଳେ ଗଞ୍ଜେଇ ଚାଷ ହେଉଥିବା ସ୍ଥାନରେ ପହଁଚି ରାଇକିଆ ଅତିରିକ୍ତ ତହସିଲଦାର ଦେବାଶିଷ ଜେନାଙ୍କ ଉପସ୍ଥିତିରେ ଗଞ୍ଜେଇ ଗଛ କାଟି ସେଗୁଡ଼ିକ ପୋଡ଼ି ନଷ୍ଟ କରିଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ୨ ଏକର ଜମିରେ ପ୍ରାୟ ୨ ହଜାରରୁ ଉର୍ଦ୍ଧ ଗଞ୍ଜେଇ ଗଛ ଲଗା ଯାଇଥିଲା ଯାହାର ଆନୁମାନିକ ମୂଲ୍ଯ ଲକ୍ଷାଧିକ ଟଙ୍କା ହେବ । ଗତ ନଭେମ୍ବର ମାସ ଉକ୍ତ ଅଞ୍ଚଳରେ ଗଞ୍ଜେଇ ଚାଷ ହେଉଥିବା ଖବର ମିଳିଥିଲା ଯାହାକୁ ପୋଲିସ ବିଭାଗ ତରଫରୁ ଗଞ୍ଜେଇ ଗଛ କାଟି ପୋଡ଼ି ନଷ୍ଟ କରାଯାଇଥିଲା। ବହୁ ସଚେତନତା ପରେ ବି ପୁଣି ଗଂଜେଇ ଚାଷ ଚାଲିଥିବା ବେଳେ ଏକର ଏକର ଜମିରୁ ଗଞ୍ଜେଇ ଗଛ ନଷ୍ଟ କରିବା ସହ ଚାଷ ପାଇଁ ବ୍ୟବହୃତ ସମାଗ୍ରୀ ଜବତ କରିଛି ପୋଲିସ। ଏନେଇ ଥାନା କେସ ନମ୍ବର ୨୫୬/୨୫ ରେ ଏନଡିପିଏସ ଧାରାରେ କେସ ପଞ୍ଜୀକୃତ ହୋଇ ତଦନ୍ତ ଜାରି ରହିଛି । ଦ୍ଵିତୀୟ ଥର ସେହି ଅଞ୍ଚଳରେ ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବା ବେଳେ ପୋଲିସ ପ୍ରଶାସନ ତରଫରୁ ଜୋରସୋରରେ ତଦନ୍ତ ଚାଲିଛି ଓ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri