ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍‌ଫେଲ୍‌ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ

ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର ବସ ମଙ୍ଗଳବାର ସାରେ ବ୍ରେକ୍‌ ଫେଲ୍‌ ହୋଇ ଛକରେ ଥିବା ଦୋକାନ ଘର ଭିତରକୁ ମାଡି ଯାଇଥିଲା । ଏହା ଦେଖି ଦୋକାନୀ ଓ ଗ୍ରାହକମାନେ ଜୀବନ ବିକଳରେ ପାଟିକରି ଧାଇଁଯାଇ ନିଜ ଜୀବନ ବଞ୍ଚାଇଥିଲେ । ହେଲେ ଏହି ଦୁର୍ଘଟଣାରେ ଏକ ବାଇକ ଓ ସାଇକେଲ ଭାଙ୍ଗି ଯାଇଥିବା ବେଳେ ୪ ପୋଲିସ କର୍ମଚାରୀଙ୍କ ସମେତ ୫ଜଣ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଛି ।

ବସ୍‌ଟି ଦୋକାନରେ ପଶିଯିବା ପରେ ଏହା ଭିତରେ ଥିବା ପୋଲିସ କର୍ମଚାରୀ ମାନଙ୍କୁ ଗାଡ଼ିରୁ ଓହ୍ଲାଇ ଦିଆଯାଇଥିଲା । ଏହି ଘଟଣାକୁ ନେଇ ସ୍ଥାନିୟ ଅଞ୍ଚଳବାସୀଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଗଁଦିଆ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ତଦନ୍ତ ଜାରି ରଖିଛନ୍ତି । ଅପରପକ୍ଷେ ପୀଠ ଉପରକୁ ଯିବା ପାଇଁ ଉଦ୍ଦିଷ୍ଟ ଅନ୍ୟ ଯାନବାହାନର ଯାଞ୍ଚ ସମ୍ବନ୍ଧିୟ କାଗଜପତ୍ର ପୋଲିସ ମାଗୁଥିବା ବେଳେ ନିଜ ବିଭାଗର ବସ୍‌ର ଫିଟନେସ ଯାଞ୍ଚ ହୋଇଛି କି ନାହିଁ, ତାହା ବର୍ତ୍ତମାନ ତଦନ୍ତ ସାପେକ୍ଷ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri