ପ୍ରେସ୍‌ମିଟ୍‌ରେ ବ୍ରାଉନସୁଗାର କାରବାରର ପର୍ଦ୍ଦାଫାଶ କଲା ପୋଲିସ, ୮ ଲକ୍ଷରୁ ଅଧିକ ଟଙ୍କା ସହ…

ଆନନ୍ଦପୁର,୩୧ା୭(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ପୋଲିସକୁ ବଡ଼ ସଫଳତା ମିଳିଛି। ୨୧୩ ଗ୍ରାମ ବ୍ରାଉନସୁଗାର, ୮ ଲକ୍ଷ ୩୦ ହଜାର ଟଙ୍କା, ୧୨ ମୋବାଇଲ ଜବତ ସହ ୨୧ ଜଣ ଗିରଫ ହୋଇଛନ୍ତି। କେନ୍ଦୁଝର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ୨ ଦିନ ଧରି ଆନନ୍ଦପୁର ଉପଖଣ୍ଡ ଘଷିପୁରା, ଆନନ୍ଦପୁର, ରାମଚନ୍ଦ୍ରପୁର ଏବଂ ନନ୍ଦିପଦା ଥାନା ଅଞ୍ଚଳରେ ଚଢ଼ାଉ କରିଥିଲା। ବ୍ରାଉନସୁଗାର କାରବାର କରୁଥିବା ଅଭିଯୋଗରେ ବିଭିନ୍ନ ଥାନା ଅଞ୍ଚଳରୁ ୨୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରବା ସହ ସେମାନଙ୍କଠାରୁ ୨୧୩ ଗ୍ରାମ ବ୍ରାଉନସୁଗାର, ନଗଦ ୮ ଲକ୍ଷ ୩୦ ହଜାର ଟଙ୍କା ସହ ୧୨ଟି ମୋବାଇଲ ଜବତ କରିଥିବା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦୁଝରର ଅତିରିକ୍ତ ଏସ୍‌ପି ପ୍ରତ୍ୟୁଷ ମହାପାତ୍ର। ବିଭିନ୍ନ ସମୟରେ ଆନନ୍ଦପୁର ଉପଖଣ୍ଡରେ ବ୍ରାଉନସୁଗାର କାରବାର ନେଇ ଅଭିଯୋଗ ହୋଇଆସୁଥିଲା। ଅଭିଯୋଗ ଆଧାରରେ ଶାଳପଡ଼ା ହାଟପଡ଼ିଆ, ଶାଳବଣି ଛକ ଆଦି ସ୍ଥାନରେ ଏହି କାରବାର ହେଉଥିବା ପୋଲିସ ପ୍ରକାଶ କରିଛି। ଏହି ବ୍ରାଉନସୁଗାର କାରବାରରେ ଆହୁରି ଅନେକ ବ୍ୟକ୍ତି ସଂପୃକ୍ତ ଅଛନ୍ତି ସେମାନଙ୍କୁ ଗିରଫ କରାଯିବା ସହ ଚଢ଼ାଉ ଜାରି ରହିବ ବୋଲି ଖବରଦାତା ସମ୍ମିଳନୀରେ ପ୍ରତ୍ୟୁଷ ମହାପାତ୍ର, ଅତିରିକ୍ତ ଏସ୍‌ପି, କେନ୍ଦୁଝର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri