ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l ସ୍ଥାନୀୟ ଥାନାତ୍‌ରେ ମାମଲା ପରେ ମାମଲା ହୋଇଥିଲେ ମଧ୍ୟ୍ୟ ପୋଲିସ ଅଭିଯୁକ୍ତ ମାନଙ୍କ ଚିହ୍ନଟ କରିବା ସକ୍ଷମ ହୋଇ ପାରୁ ନାହିଁ ବେଳେ ପୋଲିସକୁ ଦୁର୍ବୃତ୍ତମାନେ ଖୋଲା ଚାଲେଞ୍ଜ ଦେଉଛନ୍ତି l

ଗତ ୧୩ ତାରିଖ ବିଳମ୍ବିତ ରାତିରେ ସାନକୁସ୍ଥଳୀ ଗ୍ରାମରେ ଏକ ଘରୁ ଦୁର୍ବୃତ୍ତ ମାନେ କଳା କନା ବୁଲେଇଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି l ସୂଚନା ଅନୁସାରେ ଏହି ଥାନା ଅଧିନସ୍ଥ ସାନକୁସ୍ଥଳୀ ଗ୍ରାମ ନିବାସୀ ଅମର ସେଠି ତାଙ୍କ ପରିବାର ଲୋକ ସବୁଦିନ ଭଳି ରାତିରେ ଖାଇବା ପରେ ଶୋଇପଡିଥିଲେ l ଦୁର୍ବୃତ୍ତ ମାନେ ବିଳମ୍ବିତ ରାତିରେ ଘର ପଛପଟୁ କବାଟ ତାଡି ପଶି ଆଲମିରା ଭାଙ୍ଗି ତିନି ତୁଳା ସୁନା ଅଳଙ୍କାର, ୧୦ ହାଜର ଟଙ୍କା ଓ ଅନ୍ୟ ସାମଗ୍ରୀ ଲୁଟି ନେଇ ଚମ୍ପଟ ମାରିଥିଲେ l ଭୋର ସମୟରେ ଅମର ପରିସ୍ରା ଉଠିବା ପରେ ଚୋରି ହୋଇଥିବା ନେଇ ଜାଣିବାକୁ ପାଇଥିଲେ l ଏ ନେଇ ଗୋପାଳପୁର ଥାନାରେ ଗତକାଲି ଲିଖିତ ଅଭିଯୋଗ କରିଥିଲେ l ଥାନା କେଶ ନ ୧୮୫/୨୪ ପ୍ରକାରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି l ଘଟଣା ସ୍ଥଳକୁ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ନମୁନା ସଂଗ୍ରହ କରି ଫେରିଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri