Posted inଜାତୀୟ

କୋଲକାତା ବଳାତ୍କାର ଘଟଣାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି, ଜଣାପଡିଲା ସେ…

କୋଲକାତା,୩୧।୮: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରତିଦିନ କିଛି ନା କିଛି ନୂଆ ଖୁଲାସା ହେଉଛି। ବର୍ତ୍ତମାନ ଏପରି ଘଟଣା ସାମ୍ନାକୁ ଆସିଛି ଯାହା ଚାରିଆଡେ କମ୍ପନ ସୃଷ୍ଟି ହୋଇଛି।

ଅଗଷ୍ଟ ୩୦ ଅର୍ଥାତ୍‌ ଗତକାଲି ରାତି ୨ଟାରେ କାଲକାତାର ରବୀନ୍ଦ୍ର ଭାରତୀ ବିଶ୍ୱବିଦ୍ୟାଳୟ ନିକଟରେ ଛାତ୍ରୀଛାତ୍ରମାନେ ବିରୋଧ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ଗୋଟିଏ ପୋଲିସ ବାଇକ୍‌ ଗହଳି ଭିତରକୁ ପଶି ଆସି ଜଣେ ଛାତ୍ରଙ୍କ ଉପରକୁ ମାଡି ଯାଇଥିଲା। ଯେଉଁଥିରେ ଛାତ୍ରଜଣକ ଗୁରୁତର ଆହତ ହୋଇଥିଲେ।

ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଙ୍କୁ ଆଘାତ ଦେବା ପରେ କିଛି ଛାତ୍ରୀଛାତ୍ର ସେହି ବ୍ୟକ୍ତିଙ୍କୁ ଘେରି ଯାଇଥିଲେ। ଏହି ସମୟରେ ସେ ବାଇକ୍‌ରେ କୋଲକାତା ପୋଲିସର ଷ୍ଟିକର ଲାଗିଥିବା ଦେଖିବାକୁ ମିଳିଥିଲା। କିନ୍ତୁ ବ୍ୟକ୍ତିଜଣକ କୌଣସି ପୋଲିସ ନ ଥିଲେ। ସେ ଅଭିଯୁକ୍ତ ସଞ୍ଜୟ ରୟଙ୍କ ପରି ପୋଲିସର ସ୍ବେଚ୍ଛାସେବୀ ଭାବେ କାମ କରୁଥିଲେ। ମଦ ପିଇଦେଇଥିବା ଯୋଗୁଁ ସେ ବାଇକ୍‌କୁ ଛାତ୍ରଙ୍କ ଉପରକୁ ଚଢାଇ ଦେଇଥିଲେ।

ସେଠାରେ ଛାତ୍ରମାନେ ଅଭିଯୋଗ କରିଛନ୍ତି ଯେ, ସେଠାରେ ଉପସ୍ଥିତ ଥିବା ପୋଲିସ କର୍ମଚାରୀମାନେ ସେହି ବ୍ୟକ୍ତିଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ନେଇ ଛାଡି ଦେଇଥିଲେ। ଯାହାକୁ ନେଇ ଡାକ୍ତରୀ ଛାତ୍ରମାନେ ରାଗିଯାଇ ସେହି ବ୍ୟକ୍ତିଙ୍କ ଗିରଫ ଦାବି କରି ରାସ୍ତା ଅବରୋଧ କରିଥିଲେ।

ଅନ୍ୟପକ୍ଷରେ କୋଲକାତା ପୋଲିସ ଦାବି କରିଛି ଯେ, ଶନିବାର ସକାଳେ ତାଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ ହୋଇଛି। ଏବଂ ଏହାର କିଛି ଘଣ୍ଟା ପରେ ତାଙ୍କୁ ଗିରଫ କରାଯାଇଛି। ଗିରଫ ପରେ ତାଙ୍କୁ ସ୍ବେଚ୍ଛାସେବୀ ଦଳରୁ ମଧ୍ୟ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri