ଲୁଟ୍‌ କରି ହେଉଥିଲେ ଫେରାର: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କେସିଙ୍ଗା,୧୯।୮(ତୁମେଶ୍ୱର ସାହୁ): କେସିଙ୍ଗା ପୋଲିସ ଶନିବାର ୨ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କେସିଙ୍ଗା ୧୦ ନମ୍ବର ୱାର୍ଡରେ ରହୁଥିବା ଅନୁ ସୁନା(୨୨) ଏବଂ କଲମପୁର ଥାନା ମଣ୍ଡଳର ଇନ୍ଦ୍ରମଣୀ ନାଏକ(୨୮)।

ମିଳିଥିବା ସୂଚନା ମୁତାବକ, ନର୍ଲା ବ୍ଳକର ରାଣୀପଟା ଗ୍ରାମର ବସନ୍ତ ସା(୨୩) ବାହାର ରାଜ୍ୟକୁ ଦାଦାନ ଖଟିଯିବା ପାଇଁ କେସିଙ୍ଗା ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ହେଲେ ସେ ଷ୍ଟେଶନ ବାହାରକୁ ଟିଫିନ ଖାଇବା ପାଇଁ ଯାଇଥିଲେ। ସେତିକିବେଳେ ୨ଜଣ ଯୁବକ ବସନ୍ତଙ୍କୁ ମାଡ଼ ମାରି ଧରିଥିବା ୧୧ ଶହ ଟଙ୍କା ଏବଂ ମୋବାଇଲ ଫୋନ ଛଡେଇ ଫେରାର ହୋଇଯାଇଥିଲେ।

ହେଲେ ଜଣେ ଯୁବକ ଏହାର ଏକ ଭିଡିଓ ପୋଲିସକୁ ପଠାଇ ୧୧୨କୁ ଫୋନ୍‌ କରି ଘଟଣା ସମ୍ପର୍କରେ ଜଣାଇଥିଲେ। ପୋଲିସ ତତ୍‌କ୍ଷଣାତ ପଦକ୍ଷେପ ନେଇଥିଲା। ପୋଲିସ ଟିମ୍‌ ଅଭିଯୁକ୍ତ ଅନୁଙ୍କୁ କେସିଙ୍ଗା ହାଇସ୍କୁଲ ନିକଟରୁ ଧରିବାରେ ସକ୍ଷମ ହୋଇଥିଲା। ଏପରି କି ଏକ ଘରୋଇ ଯାତ୍ରୀବାହୀ ବସ୍‌ରେ ଚଢି ଫେରାର ମାରୁଥିବା ଇନ୍ଦ୍ରମଣୀଙ୍କୁ ପୋଲିସ ତ୍ରିମୂର୍ତ୍ତି ଛକରୁ ଧରିଥିଲେ। ଲୁଟର ଶିକାର ହୋଇଥିବା ବସନ୍ତଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଗିରଫ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ଏନେଇ କେସିଙ୍ଗା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?