ବ୍ରାଉନସୁଗାର ବିକ୍ରି ପାଇଁ ଆସୁଥିଲେ: ୨ ବେପାରୀଙ୍କୁ ବାଟରୁ ଟେକି ନେଲା ପୋଲିସ

ଭୋଗରାଇ,୨୭।୧(ପ୍ରଦୀପ ଦାସ): ବାଲେଶ୍ବର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ବ୍ଲକ ନିଶା ବ୍ୟବସାୟୀଙ୍କ ଅଡ୍ଡାସ୍ଥଳ ପାଲଟିଛି। ଏଭଳି ସ୍ଥିତିରେ ଥାନା ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା ନେଇ ଭୋଗରାଇ ଥାନା ପୋଲିସ କୌଣସି ସୂତ୍ରରୁ ଖବର ମିଳିଥିଲା। ଏନେଇ ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଜଳେଶ୍ୱର- ଚନ୍ଦନେଶ୍ୱର ୫୭ ନମ୍ବର ରାଜପଥ ବାଟଗ୍ରାମ ପୋଲଠାରେ ଚଢାଉ କରି ଦୁଇ ବ୍ରାଉନସୁଗାର ବେପାରୀଙ୍କୁ କାବୁ କରିନେଇଥିଲା।

ପୋଲିସ ୨ ଯୁବକକୁ ଥାନାକୁ ଆଣି ପଚରାଉଚରା କରୁଛି। ପୋଲିସ ତାଙ୍କଠାରୁ ୨୪.୭୫ ଗ୍ରାମ ବ୍ରାଉନସୁଗାର ସହ ଏକ ଗାଡି ଜବତ କରିଛି। ଏନେଇ ପୋଲିସ ଏକ ମାମଲା (ନଂ.୩୩/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୫୦ ହଜାର ଟଙ୍କାର ହେବ ବୋଲି ଜଣାପଡ଼ିଛି।

ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଭୋଗରାଇ ଥାନା ଅଧୀନ ଦେହୁର୍ଦ୍ଦା ଗ୍ରାମର ରାଜକିଶୋର ସାହୁ(୨୮) ଏବଂ ମହେଶପୁର ଗ୍ରାମର ପବିତ୍ର ନାୟକ(୧୯)। ବ୍ରାଉନସୁଗାର କାରବାରର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ତଦନ୍ତ ଜାରି ରହିଥିବାର ଏକ ଖବରଦାତା ସମ୍ମିଳନୀରେ ଜଳେଶ୍ୱର ଏସ୍‌ଡିପିଓ ଦିଲ୍ଲୀପ କୁମାର ସାହୁ ପ୍ରକାଶ କରିଛନ୍ତି l ଗିରଫ ହୋଇଥିବା ୨ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri