ନକଲି ଟିଟିଇଙ୍କୁ ଧରିଲା ପୋଲିସ

କୋରାପୁଟ,୨୨।୬(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌ରେ ଗୁରବାର ଟିକେଟ ଯାଞ୍ଚ ଆଳରେ ଟଙ୍କା ଆଦାୟ କରୁଥିବା ଜଣେ ନକଲି ଟିଟିଇଙ୍କୁ ରେଳବାଇ ପୋଲିସ ଗିରଫ କରିଛି। ଏନେଇ କୋରାପୁଟ ଜିଆର୍‌ପି ଓଆଇସି ବି.କେ ଭୋଇ ପ୍ରକାଶ କରିଛନ୍ତି। ଗିରଫ ନକଲି ଟିଟିଇ ଜଣକ ହେଲେ ବୁଦୁରି ନାଗ। ତାଙ୍କ ଘର ଛତିଶଗଡ଼ ରାଜ୍ୟରେ ବୋଲି ଜେରା ବେଳେ ପୋଲିସ ଜାଣିବାକୁ ପାଇଛି।

ମିଳିଥିବା ସୂଚନା ମୁତାବକ, ଗୁରବାର କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନରେ ନକଲି ଟିଟିଇ ବୁଦୁରି ନାଗ ଯାତ୍ରୀଙ୍କୁ ଟିକଟ ଯାଞ୍ଚ କରି ଜୋରଜବରଦସ୍ତ ଟଙ୍କା ଆଦାୟ କରୁଥିଲେ। ଏନେଇ କେତେକ ଯାତ୍ରୀ ସନ୍ଦେହ କରି ଲଷ୍ମୀପୂର ଷ୍ଟେଶନ ପୋଲିସକୁ ଖବର ଦେଇଥିଲେ। ଟ୍ରେନ ଲକ୍ଷ୍ମୀପୁର ଷ୍ଟେଶନରେ ପହଞ୍ଚିବା ପରେ ଆର୍‌ପିଏଫ୍‌ ପୋଲିସ ଉକ୍ତ ନକଲି ଟିଟିଇଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ଜେରାବେଳେ ସେ ନିଜକୁ ନକଲି ଟିଟିଇ ବୋଲି ସ୍ବୀକାର କରିଥିବା ପୋଲିସ କହିଛି। ପରେ ବୁଦୁରା ପୋଲିସ ଦୁଦୁରିଙ୍କୁ କୋରାପୁଟ ରେଳବାଇ ପୋଲିସକୁ ହସ୍ତାନ୍ତର କରିଥିଲା। ଏନେଇ କୋରାପୁଟ ରେଳବାଇ ଥାନାରେ ଏକ ମାମଲା(ନଂ.୧୦/୨୦୨୩) ରୁଜୁ ହୋଇଛି। ଗିରଫ ନକଲି ଟିଟିଇଙ୍କୁ କୋର୍ଟ ଚାଲାଣ କରାଯାଇଥିବା କୋରାପୁଟ ଜିଆର୍‌ପି ଓଆଇସି ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri