ବେଆଇନ ଗୋରୁ ଚାଲାଣ ବେଳେ ଧରିଲା ପୋଲିସ

ବୈଶିଙ୍ଗା,୪ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ କଳମା ପଞ୍ଚାୟତର ଗୋବିନ୍ଦରାୟପୁର ଓ ତାଳପଦା ଗ୍ରାମରେ ବୁଧବାର ଭୋର୍‌ ଚାରିଟା ସମୟରେ ଚଢ଼ାଉ କରାଯାଇ ପଶ୍ଚିମବଙ୍ଗ ଚାଲାଣ ପାଇଁ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରଖାଯାଇଥିବା ୩୦୩ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ ବାରିପଦା ପୋଲିସ ଏଏସ୍‌ପି ଦୀପକ କୁମାର ଗୋଚ୍ଛାୟତଙ୍କ ନେତୃତ୍ୱରେ ବୈଶିଙ୍ଗା, ବଡ଼ସାହି, ବେତନଟୀ ଓ ରାସଗୋବିନ୍ଦପୁର ୪ଟି ଥାନାର ତିନି ପ୍ଲାଟୁନ ପୋଲିସ ଫୋର୍ସ ସହାୟତାରେ ଏହି ଦୁଇଟି ଗ୍ରାମରେ ଅତର୍କିତ ଚଢ଼ାଉ କରାଯାଇ ତିନୋଟି ଅସ୍ଥାୟୀ ଟେଣ୍ଟରୁ ଗୋରୁଙ୍କୁ ଉଦ୍ଧାର କରାଯାଇଛି।
ଏହି ସମୟରେ ମାଜିଷ୍ଟ୍ରେଟ ଭାବେ ବେତନଟୀର ଅତିରିକ୍ତ ତହସିଲଦାର ଈଶ୍ୱରଚନ୍ଦ୍ର ରଣାଙ୍କ ସମେତ ପ୍ରାଣୀସମ୍ପଦ ବିଭାଗର ଅଧିକାରୀମାନେ ନିଜର ଟିମ୍‌ ନେଇ ଗୋରୁଙ୍କ ସାସ୍ଥ୍ୟ ପରୀକ୍ଷା ପାଇଁ ଉପସ୍ଥିତ ରହିଥିଲେ। ଅସ୍ଥାୟୀ ଟେଣ୍ଟରୁ ଉଦ୍ଧାର ଗୋରଙ୍କୁ ସ୍ବତନ୍ତ୍ର ଟ୍ରକ୍‌ ଯୋଗେ ବାଲେଶ୍ୱର ଗୋ’ଶାଳାକୁ ହସ୍ତାନ୍ତର କରାଯାଇଛି। ତେବେ ଆଖପାଖରୁ ବିଭିନ୍ନ ଗାଁରୁ ଚୋରି ହୋଇଥିବା ଗାଈ ବଳଦଙ୍କୁ ମଧ୍ୟ ସ୍ଥାନୀୟ ବାସିନ୍ଦା ଚିହ୍ନଟ କରିଛନ୍ତି। ତେବେ ୪ଟି ଥାନାର ଅଧିକାରୀ ଓ ସଶସ୍ତ୍ର ପୋଲିସ ଫୋର୍ସ ମିଳିତ ଚଢ଼ାଉକରି ଏକକାଳୀନ ତିନି ଶହରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର କରିବା ଘଟଣା ପୋଲିସ ପାଇଁ ଏକ ବଡ଼ ସଫଳତା ଏବଂ ଗୋ’ସମ୍ପଦର ସୂରକ୍ଷା ଦିଗରେ ଏହା ଖୁବ୍‌ ପ୍ରଶଂସନୀୟ କାର୍ଯ୍ୟ ବୋଲି ସାଧାରଣରେ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri