ବେଆଇନ ଗୋରୁ ଚାଲାଣ ବେଳେ ଧରିଲା ପୋଲିସ

ବୈଶିଙ୍ଗା,୪ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ କଳମା ପଞ୍ଚାୟତର ଗୋବିନ୍ଦରାୟପୁର ଓ ତାଳପଦା ଗ୍ରାମରେ ବୁଧବାର ଭୋର୍‌ ଚାରିଟା ସମୟରେ ଚଢ଼ାଉ କରାଯାଇ ପଶ୍ଚିମବଙ୍ଗ ଚାଲାଣ ପାଇଁ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରଖାଯାଇଥିବା ୩୦୩ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ ବାରିପଦା ପୋଲିସ ଏଏସ୍‌ପି ଦୀପକ କୁମାର ଗୋଚ୍ଛାୟତଙ୍କ ନେତୃତ୍ୱରେ ବୈଶିଙ୍ଗା, ବଡ଼ସାହି, ବେତନଟୀ ଓ ରାସଗୋବିନ୍ଦପୁର ୪ଟି ଥାନାର ତିନି ପ୍ଲାଟୁନ ପୋଲିସ ଫୋର୍ସ ସହାୟତାରେ ଏହି ଦୁଇଟି ଗ୍ରାମରେ ଅତର୍କିତ ଚଢ଼ାଉ କରାଯାଇ ତିନୋଟି ଅସ୍ଥାୟୀ ଟେଣ୍ଟରୁ ଗୋରୁଙ୍କୁ ଉଦ୍ଧାର କରାଯାଇଛି।
ଏହି ସମୟରେ ମାଜିଷ୍ଟ୍ରେଟ ଭାବେ ବେତନଟୀର ଅତିରିକ୍ତ ତହସିଲଦାର ଈଶ୍ୱରଚନ୍ଦ୍ର ରଣାଙ୍କ ସମେତ ପ୍ରାଣୀସମ୍ପଦ ବିଭାଗର ଅଧିକାରୀମାନେ ନିଜର ଟିମ୍‌ ନେଇ ଗୋରୁଙ୍କ ସାସ୍ଥ୍ୟ ପରୀକ୍ଷା ପାଇଁ ଉପସ୍ଥିତ ରହିଥିଲେ। ଅସ୍ଥାୟୀ ଟେଣ୍ଟରୁ ଉଦ୍ଧାର ଗୋରଙ୍କୁ ସ୍ବତନ୍ତ୍ର ଟ୍ରକ୍‌ ଯୋଗେ ବାଲେଶ୍ୱର ଗୋ’ଶାଳାକୁ ହସ୍ତାନ୍ତର କରାଯାଇଛି। ତେବେ ଆଖପାଖରୁ ବିଭିନ୍ନ ଗାଁରୁ ଚୋରି ହୋଇଥିବା ଗାଈ ବଳଦଙ୍କୁ ମଧ୍ୟ ସ୍ଥାନୀୟ ବାସିନ୍ଦା ଚିହ୍ନଟ କରିଛନ୍ତି। ତେବେ ୪ଟି ଥାନାର ଅଧିକାରୀ ଓ ସଶସ୍ତ୍ର ପୋଲିସ ଫୋର୍ସ ମିଳିତ ଚଢ଼ାଉକରି ଏକକାଳୀନ ତିନି ଶହରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର କରିବା ଘଟଣା ପୋଲିସ ପାଇଁ ଏକ ବଡ଼ ସଫଳତା ଏବଂ ଗୋ’ସମ୍ପଦର ସୂରକ୍ଷା ଦିଗରେ ଏହା ଖୁବ୍‌ ପ୍ରଶଂସନୀୟ କାର୍ଯ୍ୟ ବୋଲି ସାଧାରଣରେ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri