ଅଟୋରେ ଜାଉଥିଲା ଗଞ୍ଜେଇ ଧରିପକାଇଲା ପୋଲିସ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ସୋମବାର ପୁରୀ ସହର ବାସେଳୀସାହି ଥାନା ମାଟିତୋଟା ସାହିର ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଗ୍ରାମରେ ରହୁଥିବା ସୁକାନ୍ତ ମଲ୍ଲିକ ଓରଫ ଟିମାଙ୍କୁ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଗିରଫ କରିଛି। ଥାନା ମାମଲା ନଂ.୩୨୪/୨୫ ଅନୁଯାୟୀ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜିଲା ଦୌରା ଜଜ କୋର୍ଟକୁ ଚାଲାଣ କରାଯିବା ପରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଛି। ରବିବାର ମଧ୍ୟାହ୍ନରେ ଥାନା ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା ସଦଳବଳେ ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାର ନିମପଲ୍ଲୀ ହନୁମାନ ଛକରେ ଗାଡ଼ି ଚେକିଂ କରୁଥିବା ବେଳେ ଏକ ଅଟୋ (ନଂ. ଓଡ଼ି୦୨ ଏ ଏକ୍ସ -୧୪୩୦) ଡ଼୍ୟାମ ରାସ୍ତାରେ ଦିଗପହଣ୍ଡି ଅଭିମୁଖେ ଆସୁଥିଲା। ପୋଲିସ ଚେକିଂ ଚାଲିଥିବା ଦେଖି ଅଟୋ ଚାଳକ ପୁଣି ଅଟୋକୁ ବୁଲାଇ ଫେରିଯାଉଥିବା ବେଳେ ପୋଲିସ ଟିମ୍‌ ଅଟୋର ପିଛାକରି ଧରିଥିଲେ। ଖାନତଲାସି କରିବାରୁ ସେଥିରେ ୫ଟି ଜରି ଅଖାରେ ଗଞ୍ଜେଇ ଥିବା ଜଣାପଡିଥିଲା। ଏନେଇ ଥାନା ଏସ.ଆଇ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ଫୋନ ଯୋଗେ ସମସ୍ତ ଘଟଣା ଜଣାଇଥିଲେ।ପରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁଙ୍କ ଉପସ୍ଥିତିରେ ଅଭିଯୁକ୍ତଙ୍କ ମୋବାଇଲ ଫୋନ, ଅଟୋ ଓ ଗଞ୍ଜେଇ ଜବତ କରାଯାଇଥିଲା। ଗଞ୍ଜେଇ ଓଜନ କରିବାରୁ ତାହା ୫୬ କେଜି ୨୨୦ ଗ୍ରାମ ହୋଇଥିଲା। ଅଭିଯୁକ୍ତ ଙ୍କୁ ପୋଲିସ ପଚରାଉଚୁରା କରିବାରୁ ସେ ନିୟମିତ ବ୍ୟବଧାନରେ ଗଜପତି ଜିଲା ତମ୍ପା ଗ୍ରାମ ଇଲାକାରୁ ପୁରୀକୁ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସ୍ବୀକାର କରିଥିଲେ। ପରେ ତାଙ୍କୁ ଗିରଫ କରାଯାଇଥିଲା ବୋଲି ଆଇଆଇସି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri