ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଭୁବନ ଗରଡ଼ା।
ରବିବାର ରାତିରେ ନବରଙ୍ଗପୁର ଥାନା ପୋଲିସ ସହରରେ ପାଟ୍ରୋଲିଂ କରୁଥିଲା। ଏହି ସମୟରେ ଏକ ଧଳା ରଙ୍ଗର ନମ୍ବର ବିହୀନ କାର୍‌ ପୋଲିସକୁ ଚକମା ଦେଖାଇ ଖସି ଯାଉଥିଲା। ପୋଲିସ ଗାଡ଼ିକୁ ପିଛା କରି ଧରିଥିଲା। ପୋଲିସ ଡ୍ରାଇଭରଙ୍କୁ ପରିଚୟ ମାଗିବାରୁ ନବରଙ୍ଗପୁର ସହର ସେନାପତି ସାହିର ଭୁବନ ଗରଡ଼ା ବୋଲି କହିଥିଲେ। ଜୁଲାଇ ୨୦୨୨ରେ ନବରଙ୍ଗପୁର ସହର ଗଦବାଗୁଡା ସାହିର ଶେଖ୍‌ ନିଜାମ ହତ୍ୟାକାଣ୍ଡର ସେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ବୋଲି ଯାଞ୍ଚ ସମୟରେ ପୋଲିସ ଜାଣିବାକୁ ପାଇଥିଲା। ଏହାପରେ ପୋଲିସ ଗାଡିକୁ ଟିକିନିଖି ଯାଞ୍ଚ କରିବାରୁ ଏକ ଦେଶୀ ବନ୍ଧୁକ ସହ ୪ଟି ଅଫୁଟା ଗୁଳି, ଗୋଟିଏ ଛୁରି, ନମ୍ବର ବିହୀନ କାର୍‌, ମୋବାଇଲ ଫୋନ୍‌, ୫ ସିମ୍‌କାର୍ଡ ଓ ୪ ନମ୍ବର ପ୍ଲେଟ ପୋଲିସ ଜବତ କରିଛି। ନବରଙ୍ଗପୁରର ଶେଖ୍‌ ନିଜାମ ହତ୍ୟାକାଣ୍ଡ ସହିତ ଡାବୁଗାଁ ହାଟରେ ଜଣେ ଗୋରୁ ବେପାରୀଙ୍କଠାରୁ ୨୮ ଲକ୍ଷ ଟଙ୍କା ଡକାୟତି ଘଟଣାରେ ମଧ୍ୟ ତାଙ୍କର ସମ୍ପୃକ୍ତି ରହିଛି। ଏଥିସହ ନବରଙ୍ଗପୁର ଓ ଡାବୁଗାଁ ଥାନାରେ ଅଭିଯୁକ୍ତ ଗରଡ଼ାଙ୍କ ନାମରେ ୭ଟି ମାମଲା ରହିଥିବା ନବରଙ୍ଗପୁର ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତରା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?