ଚାଉଳ ବୋଝେଇ ଟ୍ରକକୁ ଧରିଲା ପୋଲିସ

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟାରୁ ଏକ ଚାଉଳ ବୋଝେଇ ଟ୍ରକକୁ(ନଂ. ଓଡି୧୫ସି-୪୦୬୨) ଲୋଇସିଂହା ପୋଲିସ ଶୁକ୍ରବାର ଜବତ କରିଛି। ହରଭଙ୍ଗା ଅଞ୍ଚଳରୁ ପଦ୍ମପୁର ଅଞ୍ଚଳକୁ ଯାଉଥିବା ଉକ୍ତ ଟ୍ରକରେ ୩୮୦ ପ୍ୟାକେଟ ଚାଉଳ ଥିବା ପୋଲିସ ଜାଣିବାକୁ ପାଇଛି।

ରିସାଇକ୍ଲିଂ ପାଇଁ ପିଡିଏସ୍‌ ଚାଉଳକୁ ଚୋରାଚାଲାଣ କରୁଥିବା ନେଇ ପୋଲିସ ସନ୍ଦେହ କରୁଛି। ପୋଲିସଠାରୁ ସୂଚନା ପାଇ ଲୋଇସିଂହା ଓ ଆଗଲପୁର ଦାୟିତ୍ୱରେ ଥିବା ବ୍ଲକ ଯୋଗାଣ ନିରୀକ୍ଷକ ସୌମ୍ୟରଞ୍ଜନ ମହାନନ୍ଦ ଥାନାରେ ପହଞ୍ଚି ଚାଉଳର ନମୁନା ସଂଗ୍ରହ କରିଛନ୍ତି। ସରକାରୀ ସିଲ୍‌ ବସ୍ତା ନୁହେଁ। ଜବତ ଟ୍ରକରେ ଜରି ବସ୍ତାରେ ଚାଉଳ ରହିଛି। ଏନେଇ ଅଧିକ ତଦନ୍ତ ଚାଲିଥିବା ବ୍ଲକ ଯୋଗାଣ ନିରୀକ୍ଷକ ମହାନନ୍ଦ କହିଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ଆଗଲପୁର ବ୍ଲକ ହରଭଙ୍ଗା ଅଞ୍ଚଳରୁ ଏକ ଟ୍ରକରେ ପିଡିଏସ୍‌ ଚାଉଳ ଚାଲାଣ କରାଯାଉଥିବା ନେଇ ଲୋଇସିଂହା ପୋଲିସକୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ଏନେଇ ଆଇଆଇସି ଯାଜ୍ଞସିନୀ ନାୟକ, ଏସ୍‌ଆଇ ଅବିନାଶ ନାୟକ ଓ କର୍ମଚାରୀ ସାଲେଭଟାରେ ଛକି ରହିଥିଲେ। ଉକ୍ତ ଟ୍ରକକୁ ଅଟକାଇ ଯାଞ୍ଚ କରିବାରୁ ଜରି ବସ୍ତାରେ ପିଡିଏସ୍‌ ଚାଉଳ ଥିବା ଜଣାପଡିଥିଲା। ଅନ୍ୟପକ୍ଷେ ଟ୍ରକ କର୍ମଚାରୀ ଆବଶ୍ୟକ କାଗଜାତ ଦେଖାଇ ପାରି ନ ଥିଲେ। ଅପରପକ୍ଷେ ପୋଲିସ ଟ୍ରକ କର୍ମଚାରୀଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri