କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି ହତ୍ୟାର ପ୍ରମାଣ ମିଳିଛି। କିସ୍‌ କର୍ତ୍ତୃପକ୍ଷ ହୃଦ୍‌ଘାତରେ ମୃତ୍ୟୁ ବୋଲି ମିଛ କହି ମୃତଦେହ ଦେଇଛନ୍ତି। ଏନେଇ ମଧ୍ୟ ସ୍ଥାନୀୟ ପୋଲିସକୁ କିସ୍‌ କର୍ତ୍ତୃପକ୍ଷ ଅବଗତ କରି ନାହାନ୍ତି। ଅବହେଳା ପାଇଁ କିସ୍‌ର ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜଣେ ଅତିରିକ୍ତ ସିଇଓ, ଟିଜିଟି, ସହକାରୀ ଶିକ୍ଷକ ଗିରଫ ହୋଇଛନ୍ତି। କେନ୍ଦୁଝର ଟାଉନ ଥାନାରେ ଜିରୋ ଏଫଆଇଆର୍‌ ହୋଇଥିଲା। ଏହା ପରେ ମାମଲା ସ୍ଥାନୀୟ ଥାନାକୁ ଆସିଲା ପରେ ତଦନ୍ତ କରି ଧରିଛୁ ବୋଲି ପୋଲିସ କମିଶନର କହିଛନ୍ତି। ସେ କହିଛନ୍ତି, ବିନା ପୋଷ୍ଟମର୍ଟମରେ କିମ୍ସ କିପରି ମୃତଦେହ ଦେଲା ତାହାର ମଧ୍ୟ ତଦନ୍ତ ଚାଲିଛି।

Dharitri – Odisha’s No.1 Odia Daily