Posted inଜାତୀୟ

ବହି ଲେଖି କରିନା ଅଡ଼ୁଆରେ

ମୁମ୍ବାଇ,୧୪।୭: ବଲିଉଡ୍‌ ଅଭିନେତ୍ରୀ କରିନା କାପୁର ଖାନ ଲେଖିଥିବା ‘ପ୍ରେଗନାନ୍ସି ବାଇବେଲ’ ବହିର ନାମ କରଣକୁ ନେଇ ବିବାଦ ଦେଖାଦେଇଛି। ବହିର ଏଭଳି ନାମ କରଣ ଉପରେ ଆପତ୍ତି ଉଠାଇବା ସହ ମହାରାଷ୍ଟ୍ରର ବିଡ୍‌ ସହରର ଶିବାଜୀନଗର ଥାନାରେ କରିନା ଓ ଅନ୍ୟ ଦୁଇ ଜଣଙ୍କ ନାମରେ ଅଭିଯୋଗ ଆଣିଛନ୍ତି ଆଲ୍‌ଫା ଖ୍ରୀଷ୍ଟିଆନ ମହାସଂଘର ସଭାପତି ଆଶିଷ ଶିନ୍ଦେ।

ଅଭିଯୋଗରେ ଶିନ୍ଦେ ଦର୍ଶାଇଛନ୍ତି, ଜଗରନଟ ବୁକ୍ସ ପକ୍ଷରୁ ପ୍ରକାଶିତ ‘ପ୍ରେଗନାନ୍ସି ବାଇବେଲ’ ପୁସ୍ତକରେ ବାଇବେଲ ଶବ୍ଦର ଅପବ୍ୟବହାର ହୋଇଛି। ଏହା ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଧାର୍ମିକ ଭାବନାକୁ ଆଘାତ ଦେଇଛି। ଏଣୁ ଆଇପିସିର ଧାରା ୨୯୫-କ’ (ଜାଣିଶୁଣି ଧାର୍ମିକ ଭାବନାକୁ ଅସମ୍ମାନ କିମ୍ବା ଆଘାତ ଦେବା ଭଳି କାର୍ଯ୍ୟ ) ଅଧୀନରେ ବଲିଉଡ ଅଭିନେତ୍ରୀ କରିନା ଓ ଅନ୍ୟ ଦୁଇ ଲେଖକଙ୍କ ଉପରେ ମାମଲା ରୁଜୁ କରିବାକୁ ଦାବି ହୋଇଛି।

ଏ ସମ୍ପର୍କରେ ଅଭିଯୋଗ ଆସିଛି। କିନ୍ତୁ ମାମଲା ରୁଜୁ ହୋଇ ନାହିଁ। ଅଭିଯୋଗକାରୀଙ୍କୁ ମୁମ୍ବାଇରେ ମାମଲା ରୁଜୁ କରିବାକୁ ପରାମର୍ଶ ଦେଇଛି ବୋଲି ଶିବାଜୀନଗର ଥାନା ଅଧିକାରୀ ସାଇନାଥ ଥୋମ୍ବ୍ରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri