ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶରେ ଏକାଧିକ ପୋଲିସ ଟିମ୍‌ ଗଠନ କରି ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଆନନ୍ଦପୁର ଉପଖଣ୍ଡର ୧୧ଟି ସ୍ଥାନ ଓ ଘଟଗାଁ ଅଞ୍ଚଳର ଗୋଟିଏ ସ୍ଥାନ ସହ ମୋଟ ୧୨ଟି ସ୍ଥାନରେ ସୋମବାର ସକାଳୁ ବାଲି ବ୍ୟବସାୟୀ ଓ ମାଫିଆଙ୍କ ଘରେ ଚଢ଼ାଉ କରାଯାଇଛି। ଅତିରିକ୍ତ ଏସ୍‌ପି ସ୍ନେହାଶିଷ ସାହୁଙ୍କ ସୂଚନାନୁସାରେ ଚଢ଼ାଉ ଏବେ ମଧ୍ୟ ଜାରି ରହିଛି।

ଏଯାବତ୍ ୧୨ଟି ସ୍ଥାନରେ ଚଢ଼ାଉ କରାଯାଇଥିବାବେଳେ ମୋଟ ୧୧ ଜଣଙ୍କୁ ଗିରଫ ରଖାଯାଇଛି। ହାଇୱା, ପିକଅପ୍‌, ଟ୍ରାକ୍ଟର ଓ ଦାମୀ ଚାରିଚକିଆ ଗାଡି ମିଶି ପ୍ରାୟ ୫୦ଟି ଗାଡି ଜବତ ହୋଇଛି। ଏହା ସହିତ ପ୍ରାୟ ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ ଟଙ୍କା ଏବଂ ବିପୁଳ ପରିମାଣର ସୁନା-ରୁପା ଅଳଙ୍କାର ମଧ୍ୟ ଜବତ କରାଯାଇଛି।

ଏଥିସହ ବାଲି ଚାଲାଣ ସମ୍ବନ୍ଧୀୟ ନକଲି କାଗଜପତ୍ର ମଧ୍ୟ ପୋଲିସ ଜବତ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ସଂଗ୍ରହ ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

ଆନନ୍ଦପୁର ଡିଏସ୍‌ପି କମଲ କୁମାର ପଣ୍ଡା କହିଛନ୍ତି ଯେ, ସ୍ପେଶାଲ ସ୍କୱାଡ୍‌, ଉପଖଣ୍ଡ ଅଧୀନ ବିଭିନ୍ନ ଥାନାର ଅଧିକାରୀ ଓ ଅନ୍ୟାନ୍ୟ ପୋଲିସ କର୍ମଚାରୀଙ୍କ ସମ୍ମିଳିତ ଅଭିଯାନରେ ଏହି ଚଢ଼ାଉ କରାଯାଇଛି।

ହାଟଡିହୀ ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତ ସହ ଶାଳନିଆଁର ଗୁରୁବ୍ରତ ଖଣ୍ଡାୟୀ, ବୀରଗୋବିନ୍ଦପୁରର ଅଜିତ ପୃଷ୍ଟି ଓ ସୌମ୍ୟରଂଜନ ମହାପାତ୍ର, ହାଟଡିହୀର ବାପି ନାୟକ, ଏଲକଣିଆର ଯୋଗେନ୍ଦ୍ର ବେହେରା, ଆନନ୍ଦପୁରର ମିକୁଲ ଦାସ, ଧକୋଠାର ଉଦର ସାହୁ, ଶାନ୍ତନୁ ନାୟକ, ଅମାରଙ୍ଗର ସନ୍ତୋଷ ନାୟକ ଓ ଘଟଗାଁର ଜିତେନ୍ଦ୍ର ସାଙ୍କ ଘରେ ଚଢ଼ାଉ ହୋଇଥିଲା।

ଏବେ ପର୍ଯ୍ୟନ୍ତ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ସମ୍ପୂର୍ଣ୍ଣ ତଦନ୍ତ ସରିବା ପରେ ଘଟଣାର ବିସ୍ତୃତ ତଥ୍ୟ ପ୍ରକାଶ ପାଇବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

 

 

 

 

 

 

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?