ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ ବିପୁଳ ପରିମାଣର ହାତ ତିଆରି ଅତ୍ୟନ୍ତ ଶବ୍ଦ ଯୁକ୍ତ ବିସ୍ପୋରକ ବାଣ ଗଚ୍ଛିତ ରଖାଯାଇଥିବା ସୂଚନା ପାଇ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ରାଣୀପେଣ୍ଠ ଠାରେ କାଶୀନାଗର ଯିବା ମୁଖ୍ୟ ରାସ୍ତା କଡରେ ଗୋଟିଏ ଗୋଦାମ ଘରେ ରହିଥିବା ଖବର ପାଇ ପୋଲିସ ଅତର୍କିତ ଚଢ଼ଉ କରିଥିଲା।
ଚଢ଼ଉ ସମୟରେ ଗୋଦାମରୁ ପାଖାପାଖି ୨୦ ବସ୍ତା ହାତ ତିଆରି ବିସ୍ପୋରକ ବାଣ ଥିବା ଦେଖିବାକୁ ପାଇଥିଲେ ଯାହାର ଅନୁମାନିକ ମୂଲ୍ୟ ପ୍ରାୟ ଏକ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବିଭିନ୍ନ ହାତ ତିଆରି ବାଣ ଜବତ କରାଯାଇଥିଲା। ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ କେସ୍‌ ନଂ ୩୮୭/୨୦୨୬ ରୁଜୁ ହୋଇଛି।
ଉପଥାନାଧିକାରୀ ବାଲ୍ମିକୀ ପ୍ରଧାନଙ୍କ ନେତୃତ୍ୱରେ ପୁଲିସ ଟିମ୍‌ ଚଢ଼ଉ କରିଥିବାବେଳେ ଗୋଦାମ ମାଲିକ ପି ଭରତ କୁମାରଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିବା ଜଣାପଡିଛି। ଜବତ ହାତ ତିଆରି ବାଣ କିଏ ତିଆରି କରୁଥିଲା ଗୋଦାମ ମାଲିକ କେଉଁ ସ୍ଥାନରୁ କିଣି ଆଣିଥିଲା ଯେଉଁଠି ବାଣ ତିଆରି ହେଉଛି
ପ୍ରକୃତ ମୂଲ୍ୟ, ଗଚ୍ଛିତକରଣ ଓ ବିକ୍ରି ସମ୍ପର୍କିତ ଅନୁମତି ଏବଂ ବାଣ କେଉଁଠାରୁ ଆସିଥିଲା, ସେନେଇ ପୁଲିସ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?