ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଡବା ପୋଲିସ ଗୁରୁବାର ଏକ ବଡ଼ ସଫଳତା ହାସଲ କରିଛି। କେଶରୀଗୁଡ଼ା ଗ୍ରାମାଞ୍ଚଳରୁ ପ୍ରାୟ ୪ ଟନ୍‌ରୁ ଊଦ୍ଧର୍‌ବ (୪୦୬୦ କେଜି) ଗଞ୍ଜେଇ ଜବତ କରାଯାଇଛି।
ଆର୍‌.ଉଦୟଗିରି ଏସ୍‌ଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଏବଂ ଅଡବା ଥାନା ଅଧିକାରୀ ଶୁଭ୍ରକାନ୍ତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଅପରେଶନ କରାଯାଇଥିଲା। ଗୁରୁବାର ପ୍ରତ୍ୟୁଷରେ କେଶରୀଗୁଡ଼ା ଅଞ୍ଚଳରେ ଏକ ନିର୍ଦ୍ଧିଷ୍ଟ ସ୍ଥାନରେ ବିପୁଳ ପରିମାଣର ଗଞ୍ଜେଇ ଗଚ୍ଛିତ ଥିବା ନେଇ ପୋଲିସ ଗୁପ୍ତ ସୂଚନା ପାଇଥିଲା। ପୋଲିସ ଟିମ ସେଠାରେ ଚଢାଉ କରି ୨୦୨ଟି ପ୍ଲାଷ୍ଟିକ ଜରି ବ୍ୟାଗରେ ଭର୍ତ୍ତି ହୋଇ ରହିଥିବା ଗଞ୍ଜେଇ ଠାବ କରିଥିଲେ। ମୋହନା ତହସିଲଦାରଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇର ଓଜନ କରାଯାଇଥିଲା। ସମୁଦାୟ ୪.୦୬ ଟନ୍‌ ଗଞ୍ଜେଇ ଥିବା ଜଣାପଡ଼ିଛି। ଏହାର ଆନୁମାନିକ ମୂଲ୍ୟ ୪ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଥାନା ପକ୍ଷରୁ କୁହାଯାଇଛି।
ଚଢାଉ ସମୟରେ ଘଟଣାସ୍ଥଳରେ କେହି ନଥିବାରୁ କାହାକୁ ଗିରଫ କରାଯାଇ ପାରିନାହିଁ। ଏହି ଘଟଣାରେ ଅଡବା ଥାନାରେ ମାମଲା ନମ୍ବର ୬୮/୨୬ ରୁଜୁ କରାଯାଇଛି। ଅଜ୍ଞାତ ଅଭିଯୁକ୍ତଙ୍କୁ ଠାବ କରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଥିବା ନେଇ ଏସପି ପଣ୍ଡା ସୂଚନା ଦେଇଛନ୍ତି। ତେବେ ଗଜପତି ପୋଲିସର ଏହି ବଡ଼ ଧରଣର ଜବତ ଘଟଣା ଚୋରା ଗଞ୍ଜେଇ ବ୍ୟବସାୟୀଙ୍କ ମଧ୍ୟରେ ଭୟ ସୃଷ୍ଟି କରିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri