ଡିଜି ଦେଲେ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ସୁଦ୍ଧା…

ମାଲକାନଗିରି,୭ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗସ୍ତରେ ପୋଲିସ ଡିଜି ୱାଇ.ବି. ଖୁରାନିଆ ଗୁରୁବାର ଆସି ମାଓବାଦୀ ସମସ୍ୟା ଓ ବିଭିନ୍ନ ବିଷୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ। ହେଲିକପ୍ଟର ଯୋଗେ ଖୁରାନିଆ ଚିତ୍ରକୋଣ୍ଡା ବ୍ଲକ୍‌ ସ୍ବାଭିମାନ ଅଞ୍ଚଳ ଗୋରାସେତୁ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରିଥିଲେ।

ସେଠାରେ ଯବାନମାନଙ୍କ ସହ ମାଓବାଦୀ ଦମନକୁ ନେଇ ଆଲୋଚନା କରି ସେମାନଙ୍କ ମନୋବଳ ବଢ଼ାଇଥିଲେ। ଏହାସହ ବିଏସ୍‌ଏଫ୍‌ ଅଧିକାରୀଙ୍କ ସହ ମାଓବାଦୀ ସମସ୍ୟା ନେଇ ଆଲୋଚନା କରିଥିଲେ। ପରେ ମାଲକାନଗିରି ଜିଲା ସଦରରେ ଥିବା ଏମ୍‌ଭି ୩ ସ୍ଥିତ ବିଏସ୍‌ଏଫ୍‌ କ୍ୟାମ୍ପରେ ପହଞ୍ଚି ବିଏସ୍‌ଏଫ୍‌ ଆଇଜି ସି.ଡି. ଅଗ୍ରୱାଲ, ଡିଆଇଜି ବିଜୟ ସିହ୍ନା ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନାକରି ଜିଲା ପୋଲିସ କାର୍ଯ୍ୟାଳୟରେ ବିଏସ୍‌ଏଫ୍‌ ଓ ଅନ୍ୟାନ୍ୟ ପୋଲିସ ଅଧିକାରୀଙ୍କ ସହ ମାଓବାଦୀ ଦମନ ରଣନୀତି ସମ୍ପର୍କରେ ସମୀକ୍ଷା କରିଥିଲେ।

ସ୍ଥାନୀୟ ଅଞ୍ଚଳରେ ଯାହା ସମସ୍ୟା ଅଛି ତାକୁ ସମାଧାନ କରାଯିବା ସହ ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମାର୍ଚ୍ଚ ୨୦୨୬ ସୁଦ୍ଧା ରାଜ୍ୟକୁ କିପରି ସମ୍ପୂର୍ଣ୍ଣ ମାଓବାଦୀ ମୁକ୍ତ କରାଯିବ ସେ ନେଇ ଆଗକୁ ରଣନୀତି ପ୍ରସ୍ତୁତକରି ପଦକ୍ଷେପ ନିଆଯିବ ବୋଲି କହିଥିଲେ। ମାଓବାଦୀଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଗଞ୍ଜେଇ ଚାଷ ହେଉଥିଲା। ଏବେ ସେମାନଙ୍କ ସଂଖ୍ୟା ହ୍ରାସ ପାଇଥିବାରୁ ବେଆଇନ ଗଞ୍ଜେଇ ଚାଷ ଓ ଚାଲାଣ ମଧ୍ୟ କମିଛି।

୨୦୨୬ ମାର୍ଚ୍ଚ ସୁଦ୍ଧା ଜିଲାରୁ ମାଓବାଦୀ ନିପାତ ହେବା ସହ ବେଆଇନ ଗଞ୍ଜେଇ ଚାଷକୁ ରୋକାଯିବ ବୋଲି ସେ କହିଛନ୍ତି। ତେବେ ଜିଲାରୁ ବିଏସ୍‌ଏଫ୍‌ ଯବାନଙ୍କୁ ସ୍ଥାନାନ୍ତର ବିଷୟରେ ସେ କହିଛନ୍ତି, ସ୍ବାଭିମାନ ଅଞ୍ଚଳରେ ଯେଉଁ ଶାନ୍ତି ଫେରି ଆସିଛି ତାହା ସବୁବେଳେ ରହିବା ପାଇଁ ଆମର ପ୍ରୟାସ ରହିବ। ଏହି ଅଞ୍ଚଳରେ ସୁରକ୍ଷା ବଳର ସ୍ବତନ୍ତ୍ର କ୍ୟାମ୍ପ ରହିବ। ତେଣୁ ଏହାକୁ ନେଇ ଚିନ୍ତିତ ହେବାର ଆବଶ୍ୟକତା ନାହିଁ ବୋଲି ଖୁରାନିଆ ଲୋକଙ୍କୁ ଅପିଲ କରିଥିଲେ। ତେବେ ଡିଜିପିଙ୍କ ଏହି ଗସ୍ତ ସମୟରେ ଡିଆଇଜି ଅପରେଶନ ଅଖିଳେଶ୍ୱର ସିଂ, ଡିଆଇଜି ଏସ୍‌ଆଇଡବ୍ଲ୍ୟୁ କେ.ଭି.ସିଂ, କୋରାପୁଟ ଏସ୍‌ପି ରୋହିତ ବର୍ମା, ମାଲକାନଗିରି ଅତିରିକ୍ତ ଏସ୍‌ପି ତପନ ନାରାୟଣ ରଥ ପ୍ରମୁଖଙ୍କ ସହ ଅନ୍ୟ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri