ଶିମିଳିପାଳ ସୁରକ୍ଷା ନେଇ ପୋଲିସ ଡିଜିଙ୍କ ସମୀକ୍ଷା, ୧୬୫ଟି ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଜବତ

  1. ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ) କ୍ଲିନ ଶିମିଳିପାଳ ଅପରେଶନ ସମ୍ପର୍କରେ ବୁଧବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଡିଜି ସୁନୀଲ କୁମାର ବଂସାଲ ସମୀକ୍ଷା କରିଛନ୍ତି । ମୟୂରଭଞ୍ଜ ଜିଲା ଗସ୍ତରେ ଆସି ସେ ପୂର୍ବାହ୍ନ ୧୦ଟାରେ ଜିଲା ପୋଲିସ ମୁଖ୍ୟାଳୟରେ ପୋଲିସ ଓ ବନବିଭାଗର ମିଳିତ ସମୀକ୍ଷା କରିଛନ୍ତି । ତାଙ୍କ ସହିତ ପୋଲିସ ଏଡିଜି ସଞ୍ଜୟ କୁମାର, ପୂର୍ବାଞ୍ଚଳ ଆଇଜି ହିମାଂଶୁଲାଲ, ଜିଲ୍ଲାପାଳ ବିନୀତ ଭରଦ୍ବାଜ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ଡ. ପ୍ରକାଶ ଚନ୍ଦ୍ର ଗୋଗିନେନୀ, ଏସପି ବି. ଗଙ୍ଗାଧର, ଉପନିର୍ଦେଶକ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦୁଇ ଉପନିର୍ଦେଶକ, ସମସ୍ତ ବନଖଣ୍ଡ ଅଧିକାରୀ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପଖଣ୍ଡ ପୋଲିସ ଅଧିକାରୀ, ଥାନାଧିକାରୀ ଯୋଗଦେଇଥିଲେ ।

ଶିମିଳିପାଳ ଅଭୟାରଣ୍ୟରେ ୨ବନ କର୍ମଚାରୀଙ୍କ ହତ୍ୟା ପରେ ଜୁନ ୧୮ ତାରିଖରୁ ପୋଲିସ ପକ୍ଷରୁ ଶିମିଳିପାଳକୁ ଶିକାର ଓ ଶିକାରୀ ମୁକ୍ତ ପାଇଁ ୯ ଥାନା ଅଧୀନସ୍ଥ ଜଙ୍ଗଲ ସଂଲଗ୍ନ ଗ୍ରାମ ମାନଙ୍କରେ ଅସ୍ତ୍ରଶସ୍ତ୍ର ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା । ୪ପ୍ଲାଟୁନ ପୋଲିସ ଫୋର୍ସ ସହିତ ଥାନା କର୍ମଚାରୀ ଏଥିରେ ସାମିଲ ଥିଲେ । ସେହିପରି ଶିମିଳିପାଳ ସଂଲଗ୍ନ ୧୨ଟି ଥାନାରେ ଦେଶୀ ବନ୍ଧୁକ ଆତ୍ମ ସମର୍ପଣ ଅଭିଯାନ ଆରମ୍ଭ କରାଯାଇ ବ୍ୟାପକ ଜନସେଚତନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ସମୟରେ ୪୦ଟି ମାମଲା ରୁଜୁ ସହିତ ୧୬୫ଟି ବନ୍ଧୁକ, ଗୁଳି, ଗୋଟିଏ ବନ୍ଧୁକ ତିଆରି କାରଖାନା, ବଜ୍ରକାପ୍ତା ଛାଲ, ନଗଦ ୨ଲକ୍ଷ ୯୫ହଜାର ଟଙ୍କା, ମୋବାଇଲ ଫୋନ, ବନ୍ୟପ୍ରାଣୀ ମୃତଦେହ, ମାଂସ ଆଦି ଜବତ କରାଯିବା ସହିତ ୨୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସମସ୍ତ ଜବତ ବନ୍ଧୁକ, ଅସ୍ତ୍ରଶସ୍ତ୍ର ଓ ବନ୍ୟପ୍ରାଣୀ ଜୀବାଂଶ ରିଜର୍ଭ ପୋଲିସ କାର୍ଯ୍ୟାଳୟ ପରିସରରେ ପ୍ରଦର୍ଶିତ ହୋଇଥିଲା । ମୟୂରଭଞ୍ଜ ପୋଲିସ ଏହି ସଫଳତାକୁ ପ୍ରଶଂସା କରିଥିଲା । ପୂର୍ବରୁ ଏଭଳି କୌଣସି ସଫଳତା ମିଳି ନ ଥିଲା । ଆଗକୁ ବନବିଭାଗ ସହ ଗଠିତ ଜଏଣ୍ଟ ଟାସ୍କଫୋର୍ସ ଶିମିପାଳକୁ ସୁରକ୍ଷା ଦେବା ପାଇଁ ଆହୁରି ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି ଶ୍ରୀ ବଂଶାଲ କହିଥିଲେ । ଶିମିଳିପାଳ କେବଳ ମୟୂରଭଞ୍ଜର ନୁହେଁ ଏହା ଓଡିଶାର । ଏହାପରେ ସେ ନବ ନିର୍ମିତ ୨ଟି ଡି-ଟାଇପ କ୍ୱାଟର ଉଦଘାଟନ କରିଥିଲେ । ଡିଜି ମଙ୍ଗଳବାର ଅପରାହ୍ନରେ ବାରିପଦାରେ ପହଞ୍ଚିଥିଲେ। ସର୍କିଟ ହାଉସରେ ରହଣୀ ଭିତରେ ଜିଲାର ଆଇନଶୃଙ୍ଖଳା ପରିସ୍ଥିିତି, ଆନ୍ତଃରାଜ୍ୟ ଅପରାଧ ନିୟନ୍ତ୍ରଣ ଓ ବିଶେଷ କରି ଶିମିଳିପାଳକୁ ଶିକାର ଓ ଶିକାରମୁକ୍ତ ପାଇଁ ଗ୍ରହଣ କରାଯାଇଥିବା ଓ କରାଯିବାକୁ ଥିବା ପଦକ୍ଷେପ ସମ୍ବନ୍ଧରେ ଏଡିଜି, ଆଇଜି ଓ ଏସପି ଆଲୋଚନା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri