ଆନ୍ଦୋଳନକାରୀଙ୍କୁ ପାଣି ବୋଟଲ, ବିସ୍କୁଟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୪।୪: ୧୨ ଦଫା ଦାବି ନେଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଏବଂ ଭାରତୀୟ କ୍ଷେତ ମଜଦୂର ୟୂନିଅନ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗୋପାଳ ଭୋଇଙ୍କ ନେତୃତ୍ୱରେ ଆନ୍ଦୋଳନରେ ଜିଲାର ବିଭିନ୍ନ ବ୍ଳକ ତଥା ଗ୍ରାମାଞ୍ଚଳରୁ ଶତାଧିକ ମହିଳା, ପୁରୁଷଙ୍କ ସହ ଛୋଟ ପିଲା ମଧ୍ୟ ସାମିଲ ହୋଇଥିଲେ।

ହେଲେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ପୋଲିସ ଆନ୍ଦୋଳନକାରୀଙ୍କ ପ୍ରତି ମାନାବିକତା ଦେଖାଇଛି। ପୋଲିସ ଆନ୍ଦୋଳନକାରୀଙ୍କୁ ଘଉଡାଇବା ପରିବର୍ତ୍ତେ ଗଛ ଛାଇକୁ ନେଇ ଆନ୍ଦୋଳନ କରିବାକୁ କହିଥିଲା। ଏପର କି ପୋଲିସ କର୍ମଚାରୀମାନେ ଆନ୍ଦୋଳନକାରୀଙ୍କୁ ପାଣି ବୋତଲ ଦେବା ସହ ଖାଇବାକୁ ବିସ୍କୁଟ ଦେଇଥିଲେ। ସଦର ଏସଡିପିଓ ତୋଫାନ ବାଗ ଓ ଟାଉନ ଥାନା ଆଇଆଇସି ପ୍ରିୟଙ୍କା ରାଉତରାୟଙ୍କ ନେତୃତ୍ୱରେ ପୋଲିସର ଏଭଳି ବ୍ୟବସ୍ଥାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । ଏପରି କି ପୋଲିସର ମାନବିକତାକୁ ଆନ୍ଦୋଳନକାରୀ ମାନେ ମଧ୍ୟ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri