ବର୍ବରକାଣ୍ଡ : ଶ୍ରମିକଙ୍କୁ ତେଲ ଢାଳି ମାରିଦେଇଥିଲେ ଦିଆସିଲି, ତଦନ୍ତ ଆରମ୍ଭ କଲେ ପୋଲିସ, ଜିଲା ଶ୍ରମ ଅଧିକାରୀ

ଖଡ଼ିଆଳ,୧୭।୧(ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଜୁନାପାଣି ଖଲିଆଭଟା ଗ୍ରାମର ବିଦ୍ୟାଧର ମାଝୀଙ୍କୁ ଟ୍ରେନରୁ ଉଠାଇ ନେଇ କରେଣ୍ଟ ଦେଇ ତେଲଢାଳି ଦିଆସିଲି ମାରି ଦେଇଥିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ଖବର ପ୍ରକାଶ ହେବା ପରେ ଶୁକ୍ରବାର ଜିଲା ଶ୍ରମ ଅଧିକାରୀ ଓ ଖଡ଼ିଆଳ ପୋଲିସ ବିଦ୍ୟାଧର ମାଝୀଙ୍କ ଘରକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ଏହି ଘଟଣା ଉପରେ ସ୍ଥାନୀୟ ଶ୍ରମିକ ଦଲାଲ ଓ ଇଟାଭାଟି ମାଲିକଙ୍କୁ ଗିରଫ କରିବାକୁ ଖଡ଼ିଆଳ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଗୁରୁତର ଶ୍ରମିକ ମାଝୀଙ୍କ ଘରକୁ ଜିଲା ଶ୍ରମ ଅଧିକାରୀ ଜସ୍ମିନ ସାହୁ, ଖଡ଼ିଆଳ ଏସ୍ଡିପିଓ ଉପେନ୍ଦ୍ର ପ୍ରଧାନ, ଖଡ଼ିଆଳ ଥାନା ଅଧିକାରୀ ଦିଲୀପ କୁମାର ସାହୁ, ଖଡ଼ିଆଳ କଂଗ୍ରେସ ଯୁବନେତା କମଳ ଚରଣ ତାଣ୍ଡି ପହଞ୍ଚି ଶ୍ରମିକ ସହ ଘଟଣା ଉପରେ ଆଲୋଚନା କରିଥିଲେ। ମାଝୀଙ୍କ ସହିତ ହୋଇଥିବା ଘଟଣା ଉପରେ ଉପସ୍ଥିତ ଅଧିକାରୀମାନଙ୍କୁ କହିଥିଲେ। ଏହି ଘଟଣାକୁ ନେଇ ଖଡ଼ିଆଳ ଥାନାରେ ଏକ ମାମଲା ରୁଜୁ କରାଯାଇଛି । ଏହି ଘଟଣାର ତଦନ୍ତ କରି ସ୍ଥାନୀୟ ଦଲାଲ ହିତେଶ କୁମାର ଓ ଇଟାଭାଟି ମାଲିକ ଏ.ଆର୍‌. ମାଧବ ମାରିବା ପାଇଁ ଉଦ୍ୟମ କରୁଥିଲେ। ସେଥିପାଇଁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିବା ସହ ତୁରନ୍ତ ଗିରଫ କରାଯାଉ ବୋଲି ଅଭିଯୋଗ କରାଯାଇଛି। ଏହା ଘଟଣା ଉପରେ ଜିଲା ଶ୍ରମ ଅଧିକାରୀ ଗୁରୁତର ମାଝୀଙ୍କ ସ୍ତ୍ରୀଙ୍କୁ ପଚାରିବାରୁ ସେ କହିଥିଲେ ଶ୍ରମିକଙ୍କ ଘରକୁ ଯାଇ ତଦନ୍ତ କରାଯାଇଛି। ଶ୍ରମିକଙ୍କୁ ଏଭଳି ବର୍ବରକାଣ୍ଡ କରିବା କଥା ନୁହେଁ, ବିନା ପଞ୍ଜୀକରଣରେ ଶ୍ରମିକଙ୍କୁ ନେଇଥିବାରୁ ଦଲାଲ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଶ୍ରମିକଙ୍କୁ ରେଡ଼କ୍ରସରୁ ସହାୟତା ଦିଆଯିବ ବୋଲି କହିଛନ୍ତି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri