୧୫ ଡ୍ରାଇଭରଙ୍କ ଜାମିନ ଖାରଜ

ଛତ୍ରପୁର,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକଠାରେ ଗୁରୁବାର ସାରେ ପୋଲିସ-ଆନ୍ଦୋଳନରତ ଡ୍ରାଇଭର ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ପୋଲିସକୁ ଲାଠିଚାର୍ଜ କରିବାକୁ ପଡିଥିଲା। ଏପରିକି ଆନ୍ଦୋଳନକାରୀ ଡ୍ରାଇଭରମାନେ ପୋଲିସ ଉପରକୁ ଟେକାପଥର ମାଡ଼ କରିବା ସହ ଠେଙ୍ଗାରେ ଥାନାଧିକାରୀ ଓ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଏହି ମାମଲାରେ ସମ୍ପୃକ୍ତ ୨୮ଜଣ ଡ୍ରାଇଭରଙ୍କୁ ଚମାଖଣ୍ଡି ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫମାନଙ୍କ ମଧ୍ୟରୁ ୧୫ଜଣ ଡ୍ରାଇଭରଙ୍କ ପକ୍ଷରୁ ଓକିଲ ନିରାକାର ମାଳୀ, ଚୈତନ୍ୟ ପ୍ରଧାନ ଓ ସୁରେଶ ସେନାପତି ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ ଉକ୍ତ ମାମଲାର ଗମ୍ଭୀରତାକୁ ନେଇ କୋର୍ଟ ଜାମିନ ଖାରଜ କରିଦେଇଛନ୍ତି। ସରକାରଙ୍କ ପକ୍ଷରୁ ମାମଲାକୁ ଏପିପି ରାଜେଶ କୁମାର ମିଶ୍ର ପରିଚାଳନା କରୁଥିଲେ। ପ୍ରକାଶଯୋଗ୍ୟ, ଆନ୍ଦୋଳନର ଦ୍ୱିତୀୟ ଦିନରେ ଜାତୀୟ ରାଜପଥରେ ବହୁ ସଂଖ୍ୟକ ଟ୍ରକ ଅଟକି ରହିବା ଫଳରେ ଜାତୀୟ ରାଜପଥ ସମ୍ପୂର୍ଣ୍ଣ ଜାମ ରହିଥିଲା । ସାରେ ଆନ୍ଦୋଳନକାରୀ ଡ୍ରାଇଭରମାନେ ଜବରଦସ୍ତ ଗାଡ଼ି ଅଟକାଇବା ପରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri