୧୫ ଡ୍ରାଇଭରଙ୍କ ଜାମିନ ଖାରଜ

ଛତ୍ରପୁର,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକଠାରେ ଗୁରୁବାର ସାରେ ପୋଲିସ-ଆନ୍ଦୋଳନରତ ଡ୍ରାଇଭର ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ପୋଲିସକୁ ଲାଠିଚାର୍ଜ କରିବାକୁ ପଡିଥିଲା। ଏପରିକି ଆନ୍ଦୋଳନକାରୀ ଡ୍ରାଇଭରମାନେ ପୋଲିସ ଉପରକୁ ଟେକାପଥର ମାଡ଼ କରିବା ସହ ଠେଙ୍ଗାରେ ଥାନାଧିକାରୀ ଓ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଏହି ମାମଲାରେ ସମ୍ପୃକ୍ତ ୨୮ଜଣ ଡ୍ରାଇଭରଙ୍କୁ ଚମାଖଣ୍ଡି ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫମାନଙ୍କ ମଧ୍ୟରୁ ୧୫ଜଣ ଡ୍ରାଇଭରଙ୍କ ପକ୍ଷରୁ ଓକିଲ ନିରାକାର ମାଳୀ, ଚୈତନ୍ୟ ପ୍ରଧାନ ଓ ସୁରେଶ ସେନାପତି ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ ଉକ୍ତ ମାମଲାର ଗମ୍ଭୀରତାକୁ ନେଇ କୋର୍ଟ ଜାମିନ ଖାରଜ କରିଦେଇଛନ୍ତି। ସରକାରଙ୍କ ପକ୍ଷରୁ ମାମଲାକୁ ଏପିପି ରାଜେଶ କୁମାର ମିଶ୍ର ପରିଚାଳନା କରୁଥିଲେ। ପ୍ରକାଶଯୋଗ୍ୟ, ଆନ୍ଦୋଳନର ଦ୍ୱିତୀୟ ଦିନରେ ଜାତୀୟ ରାଜପଥରେ ବହୁ ସଂଖ୍ୟକ ଟ୍ରକ ଅଟକି ରହିବା ଫଳରେ ଜାତୀୟ ରାଜପଥ ସମ୍ପୂର୍ଣ୍ଣ ଜାମ ରହିଥିଲା । ସାରେ ଆନ୍ଦୋଳନକାରୀ ଡ୍ରାଇଭରମାନେ ଜବରଦସ୍ତ ଗାଡ଼ି ଅଟକାଇବା ପରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri