୮ ମାସରେ ୪. ୪୧ କୋଟି ଜରିମାନା

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି ରଖିଛି। ପୋଲିସ ଏବେ ତିନି ଜଣିଆ ବାଇକ ଆରୋହୀ (ଟ୍ରିପଲ ରାଇଡିଂ), ଭୁଲ ରାସ୍ତାରେ ଗାଡ଼ି ଚଳାଇବା ସହ ବିନା ହେଲମେଟରେ ଗାଡି ଚଳାଉଥିବା ଅମାନିଆଙ୍କୁ ସାବାଡ଼ ପାଇଁ ଧରପଗଡ ଆରମ୍ଭ କରିଛି। ଗତ ୮ମାସ ମଧ୍ୟରେ ଟ୍ରାଫିକ ପୋଲିସ ୪୬୨୫୮ଜଣ ଅମାନିଆଙ୍କଠାରୁ ୪ କୋଟି ୪୧ ଲକ୍ଷ ୪୪ ହଜାର ଟଙ୍କା ଜରିମାନା ଆଦାୟ କରିଛି। ସେହିପରି ୧୬୩୨ ଅମାନିଆଙ୍କ ଡ୍ରାଇଭିଂ ଲାଇସେନ୍ସ ଜବତ କରି ତାହା ବାତିଲ ପାଇଁ ଆଞ୍ଚଳିକ ପରିବହନ ବିଭାଗକୁ ପଠାଇଛି। ଦୁଇଚକିଆ ଯାନରେ ୩ଜଣ ବସି ଯାତାୟାତ, ବିନା ହେଲମେଟରେ ଗାଡି ଚଳାଇବା ଓ ଭୁଲ ରାସ୍ତାରେ ଗାଡ଼ି ଚଳାଇଲେ ଦୁର୍ଘଟଣାର ସମ୍ମୁଖୀନ ହେବାର ସମ୍ଭାବନା ରହିଥିବା ନେଇ ପୋଲିସ ଏଭଳି ଆରୋହୀଙ୍କୁ ସତର୍କ କରୁଛି। ଆଗାମୀ ଦିନରେ ପୋଲିସ ପକ୍ଷରୁ ସହରରେ ଏଭଳି ଭାବେ ଯାଞ୍ଚ କଡାକଡି କରାଯିବ ବୋଲି ଟ୍ରାଫିକ ଥାନାଧିକାରୀ ରାମ ସୁବ୍ରମନ୍ୟମ୍‌ ପ୍ରଧାନ ସୂଚନା ଦେଇଛନ୍ତି। ସହରର ବ୍ଲାକସ୍ପଟ ଭାବେ ଚିହ୍ନଟ ହୋଇଥିବା ଲାଞ୍ଜିପଲ୍ଲୀ ବାଇପାସ୍‌, କମାପଲି, ଗେଟବଜ଼ାର ସମେତ ଚର୍ଚ୍ଚରୋଡ, ଅନ୍ନପୂର୍ଣ୍ଣା ମାର୍କେଟ, ଆସିକା ରୋଡ ଆଦି ଅଞ୍ଚଳରେ ପୋଲିସ ପକ୍ଷରୁ ଯାଞ୍ଚ କଡାକଡି କରାଯିବା ସହ ଅମାନିଆଙ୍କ ଠାରୁ ଜରିମାନା ଆଦାୟ କରାଯାଉଛି ବୋଲି ଥାନାଧିକାରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri