ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୀମ୍‌ସାରରେ ଭର୍ତ୍ତି କରାଯାଇଛି। କନଷ୍ଟେବଳ ସରୋଜ ପ୍ରଧାନଙ୍କୁ ଆକ୍ରମଣକରି ପାପୁଲି ଛିଣ୍ଡାଇଥିବା କମଲୁଙ୍କୁ ଧରିବା ପାଇଁ ବୁର୍ଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ଏହି ସମୟରେ କମଲୁ ଆମସଢ଼ା କଣ୍ଟାପାଲି ଜଙ୍ଗଲରେ ଲୁଚିଥିବା ପୋଲିସକୁ ଖବର ମିଳିଥିଲା। ଖବରପାଇ ବୁର୍ଲା ଥାନା ଅଧିକାରୀ ଅନିଲ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ ଦଳ ଅଭିଯୁକ୍ତ କମଲୁ ପ୍ରଧାନଙ୍କୁ ଧରିବା ପାଇଁ ଉକ୍ତ ଜଙ୍ଗଲରେ ଚଢ଼ାଉ କରିଥିଲା। ଏହାଦେଖି କମଲୁ ପୋଲିସକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ପୁଣି ଜଙ୍ଗଲ ମଧ୍ୟରେ ଲୁଚି ଯାଇଥିଲେ। କମଲୁଙ୍କ ଆକ୍ରମଣରେ ବୁର୍ଲା ଥାନାର ପୋଲିସ ଏସ୍‌ଆଇ ଦେବାଶିଷ ଖିଲାର ଗୁରୁତର ହୋଇଛନ୍ତି। ତେବେ ପୋଲିସ ତାଙ୍କୁ ଆତ୍ମସମର୍ପଣ ପାଇଁ ବାରମ୍ବାର ଆହ୍ବାନ ଦେଇଥିଲା। ମାତ୍ର କମଲୁ ଏହାକୁ କର୍ଣ୍ଣପାତ କରି ନ ଥିଲେ। ଫଳରେ ପୋଲିସ ବାଧ୍ୟ ହୋଇ ଜଙ୍ଗଲ ଭିତରେ ତାଙ୍କୁ ଏନ୍‌କାଉଣ୍ଟର କରିଥିଲା। ଫଳରେ ପୋଲିସର ଗୁଳି ତାଙ୍କ ଗୋଡ଼ରେ ବାଜିଥିଲା। ସେଠାରୁ କମଲୁଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଥିଲା। ପରେ ଉଭୟ କମଲୁ ଓ ଏସ୍‌ଆଇ ଖିଲାରଙ୍କୁ ଗୁରୁତର ଅବସ୍ଥାରେ ଭୀମ୍‌ସାରରେ ଭର୍ତ୍ତି କରିଛି ପୋଲିସ। ବର୍ତ୍ତମାନ ଉଭୟ ବିପଦମୁକ୍ତ ଥିବା ପୋଲିସ କହିଛି।

ସୂଚନାଯୋଗ୍ୟ, ଗତ ୪ ତାରିଖରେ ଝରାପାଲି ଗ୍ରାମର ଏକ ପାରିବାରିକ କଳହର ସମାଧାନ ପାଇଁ ବୁର୍ଲା ଥାନାର କନଷ୍ଟେବଳ ସରୋଜ ପ୍ରଧାନ ଯାଇଥିଲେ। ଏହି ସମୟରେ କମଲୁଙ୍କ ଆକ୍ରମଣରେ ସରୋଜଙ୍କ ହାତ ପାପୁଲି କଟିଯାଇଥିଲା ବର୍ତ୍ତମାନ ସରୋଜ କଟକରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri