୨୦୧୮ରେ ପୋଲିସ ଏନ୍‌କାଉଣ୍ଟର ମାମଲା: ଅପରାଧୀ ବୁଦ୍ଧିଆଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

କଟକ,୩ା୨(କାର୍ତ୍ତିକ ସାହୁ): ସଦର ଥାନା ପୋଲିସ ୨୦୧୮ ଜାନୁଆରୀ ୪ ତାରିଖରେ ଗୋପାଳପୁର ଅଞ୍ଚଳରେ କରିଥିବା ଏନ୍‌କାଉଣ୍ଟର ମାମଲାରେ ରାୟ ପ୍ରକାଶ ପାଇଛି। କଟକ ଜିଲାର ବିଭିନ୍ନ ସ୍ଥାନରେ ଆପରାଧିକ ସାମ୍ରାଜ୍ୟ ବିସ୍ତାର କରିଥିବା ଅପରାଧୀ ବୁଦ୍ଧିଆ ଓରଫ ତ୍ରିଲୋଚନ ନାୟକଙ୍କୁ କଟକ ଜିଲା ଅତିରିକ୍ତ ସେସନ ଜଜ୍‌ ଦୋଷୀ ସାବ୍ୟସ୍ତ କରି ୭ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ଅଭିଯୁକ୍ତ ବୁଦ୍ଧିଆ ଉପରେ ଅଦାଲତ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ୩ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ଆଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁସାରେ, ନୟାଗଡ଼ ଜିଲା ଶରଣକୂଳ ଥାନା ଅଞ୍ଚଳର ତ୍ରିଲୋଚନ ନାୟକ କଟକ ସହର ସମେତ ବିଭିନ୍ନ ସ୍ଥାନରେ ଆପରାଧିକ କାର୍ଯ୍ୟକଳାପ ଚଳାଇଥିଲେ। ସେ କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳରେ ସଂଘବଦ୍ଧ ଅପରାଧ ଘଟାଇବା ପାଇଁ ଯୋଜନା କରିଥିବା ବେଳେ ପୋଲିସ ଏନ୍‌କାଉଣ୍ଟରରେ ଧରାପଡ଼ିଥିଲେ। ବୁଦ୍ଧିଆ ଓ ସହଯୋଗୀମାନେ ପୋଲିସବାହିନୀ ଉପରକୁ ଆଖିବୁଜା ଗୁଳି ଚଳାଇବାରୁ ସଦର ଥାନାର ତତ୍କାଳୀନ ସବ୍‌ଇନ୍ସପେକ୍ଟର କୃପାସିନ୍ଧୁ ବରାଡ଼ ପୋଲିସବାହିନୀ ସହ ଆତ୍ମରକ୍ଷା ପାଇଁ ବୁଦ୍ଧିଆଙ୍କୁ ଗୁଳି ଚଳାଇଥିଲେ। ବୁଦ୍ଧିଆଙ୍କ ଡାହାଣ ଗୋଡ଼ରେ ଗୁଳି ବାଜି ଆହତ ହେବା ପରେ ଚିକିତ୍ସା ନିମନ୍ତେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେ ସୁସ୍ଥ ହେବା ପରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଦ୍ଧିଆଙ୍କ ନାମରେ କଟକ ସମେତ ବିଭିନ୍ନ ଜିଲାରେ ବହୁ ଆପରାଧିକ ମାମଲା ରହିଥିଲା। ପୋଲିସ ବୁଦ୍ଧିଆଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିବା ପରେ ଅତିରିକ୍ତ ସେସନ ଜଜ୍‌ କୋର୍ଟରେ ମାମଲାର ବିଚାର ହୋଇଥିଲା। ୧୬ଜଣ ସାକ୍ଷୀ ଓ ୧୦ଟି ପ୍ରମାଣକୁ ଆଧାର କରି ଅଦାଲତ ରାୟ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ଆଇନଜୀବୀ ରାମ ପ୍ରସାଦ ଦାଶ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri