୨୦୧୮ରେ ପୋଲିସ ଏନ୍‌କାଉଣ୍ଟର ମାମଲା: ଅପରାଧୀ ବୁଦ୍ଧିଆଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

କଟକ,୩ା୨(କାର୍ତ୍ତିକ ସାହୁ): ସଦର ଥାନା ପୋଲିସ ୨୦୧୮ ଜାନୁଆରୀ ୪ ତାରିଖରେ ଗୋପାଳପୁର ଅଞ୍ଚଳରେ କରିଥିବା ଏନ୍‌କାଉଣ୍ଟର ମାମଲାରେ ରାୟ ପ୍ରକାଶ ପାଇଛି। କଟକ ଜିଲାର ବିଭିନ୍ନ ସ୍ଥାନରେ ଆପରାଧିକ ସାମ୍ରାଜ୍ୟ ବିସ୍ତାର କରିଥିବା ଅପରାଧୀ ବୁଦ୍ଧିଆ ଓରଫ ତ୍ରିଲୋଚନ ନାୟକଙ୍କୁ କଟକ ଜିଲା ଅତିରିକ୍ତ ସେସନ ଜଜ୍‌ ଦୋଷୀ ସାବ୍ୟସ୍ତ କରି ୭ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ଅଭିଯୁକ୍ତ ବୁଦ୍ଧିଆ ଉପରେ ଅଦାଲତ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ୩ ମାସ ଅଧିକ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ଆଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁସାରେ, ନୟାଗଡ଼ ଜିଲା ଶରଣକୂଳ ଥାନା ଅଞ୍ଚଳର ତ୍ରିଲୋଚନ ନାୟକ କଟକ ସହର ସମେତ ବିଭିନ୍ନ ସ୍ଥାନରେ ଆପରାଧିକ କାର୍ଯ୍ୟକଳାପ ଚଳାଇଥିଲେ। ସେ କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳରେ ସଂଘବଦ୍ଧ ଅପରାଧ ଘଟାଇବା ପାଇଁ ଯୋଜନା କରିଥିବା ବେଳେ ପୋଲିସ ଏନ୍‌କାଉଣ୍ଟରରେ ଧରାପଡ଼ିଥିଲେ। ବୁଦ୍ଧିଆ ଓ ସହଯୋଗୀମାନେ ପୋଲିସବାହିନୀ ଉପରକୁ ଆଖିବୁଜା ଗୁଳି ଚଳାଇବାରୁ ସଦର ଥାନାର ତତ୍କାଳୀନ ସବ୍‌ଇନ୍ସପେକ୍ଟର କୃପାସିନ୍ଧୁ ବରାଡ଼ ପୋଲିସବାହିନୀ ସହ ଆତ୍ମରକ୍ଷା ପାଇଁ ବୁଦ୍ଧିଆଙ୍କୁ ଗୁଳି ଚଳାଇଥିଲେ। ବୁଦ୍ଧିଆଙ୍କ ଡାହାଣ ଗୋଡ଼ରେ ଗୁଳି ବାଜି ଆହତ ହେବା ପରେ ଚିକିତ୍ସା ନିମନ୍ତେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେ ସୁସ୍ଥ ହେବା ପରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଦ୍ଧିଆଙ୍କ ନାମରେ କଟକ ସମେତ ବିଭିନ୍ନ ଜିଲାରେ ବହୁ ଆପରାଧିକ ମାମଲା ରହିଥିଲା। ପୋଲିସ ବୁଦ୍ଧିଆଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିବା ପରେ ଅତିରିକ୍ତ ସେସନ ଜଜ୍‌ କୋର୍ଟରେ ମାମଲାର ବିଚାର ହୋଇଥିଲା। ୧୬ଜଣ ସାକ୍ଷୀ ଓ ୧୦ଟି ପ୍ରମାଣକୁ ଆଧାର କରି ଅଦାଲତ ରାୟ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ଆଇନଜୀବୀ ରାମ ପ୍ରସାଦ ଦାଶ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?