ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା ଅଞ୍ଚଳରେ ଚାଲିଥିବା ରାତ୍ରିକାଳୀନ ପାଟ୍ରୋଲିଂ ସମୟରେ ପୋଲିସ ଓ ନିଶା କଫ୍‌ସିରପ୍‌ ଚୋରା ବେପାରୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। କଟକ ପଟୁ ଦୁଇଟି କାରରେ ବିପୁଳ ପରିମାଣର କୋଡିନ୍‌ କଫ୍‌ସିରପ୍‌ କତରବଗା ଓ ଠେଲକୋଲୋଇ ଅଭିମୁଖେ ଚାଲାଣ ହେଉଥିବା ସୂଚନା ପାଇ ପୋଲିସ ଟିମ୍‌ ଜଙ୍ଗଲା-ପାଣ୍ଡୋଲୋଇ ରାସ୍ତାରେ ଯାଞ୍ଚ ଆରମ୍ଭ କରିଥିଲା।

ସକାଳ ପ୍ରାୟ ସାଢ଼େ ୬ଟା ବେଳେ ପ୍ରଥମ କାର (ଓଡି-୧୫-ଏଚ୍‌-୧୪୩୨)କୁ ସନ୍ଦେହରେ ଅଟକାଇ ପୋଲିସ ଚାଳକ ଆଶୁତୋଷ ମେଣ୍ଡଳୀଙ୍କୁ କାବୁ କରିଥିଲା। ତେବେ ତାଙ୍କ ସହ ଥିବା ଅନ୍ୟ ଜଣେ ବ୍ୟକ୍ତି ଜଙ୍ଗଲ ମଧ୍ୟକୁ ଫେରାର ହୋଇଯାଇଥିଲେ। ଏହି ସମୟରେ କାର ପଛରେ ଦ୍ରୁତଗତିରେ ଆସୁଥିବା ଅନ୍ୟ ଏକ ନମ୍ବରବିହୀନ ଏର୍ଟିଗା କାର ନିୟନ୍ତ୍ରଣ ହରାଇ ଗଛରେ ଧକ୍କା ହୋଇଥିଲା।

ଗାଡ଼ିରୁ ବାହାରି ଖସି ପଳାଇବାକୁ ଉଦ୍ୟମ କରୁଥିବା ଚାଳକ ପ୍ରୀତମ ବିଶ୍ୱାଳ ପୋଲିସ ଉପରକୁ ୪ ରାଉଣ୍ଡ ଗୁଳି ଚଳାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଆତ୍ମରକ୍ଷା ପାଇଁ ପୋଲିସ ପକ୍ଷରୁ ୩ ରାଉଣ୍ଡ ନିୟନ୍ତ୍ରିତ ପାଲଟା ଗୁଳିଚାଳନା କରାଯାଇଥିଲା। ଏଥିରେ ପ୍ରୀତମଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିଲା। ତାଙ୍କୁ ଗୁରୁତର ଆହତ ଅବସ୍ଥାରେ ତୁରନ୍ତ ରେଙ୍ଗାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଉକ୍ତ ଦୁଇଟି କାରରୁ ମୋଟ ୨୪ କାର୍ଟୁନ ନିଷିଦ୍ଧ କୋଡିନ୍‌ଯୁକ୍ତ ନିଶା କଫ୍‌ସିରପ୍‌ ଜବତ କରାଯାଇଛି। ଏଥିସହ ଘଟଣାସ୍ଥଳରୁ ଗୋଟିଏ ଦେଶୀ ୯ ଏମ୍‌ଏମ୍‌ ପିସ୍ତଲ ଓ ୭ଟି ଫୁଟା ଗୁଳି ଖୋକା ମଧ୍ୟ ଜବତ କରାଯାଇଛି।ଫେରାର ଥିବା ଅଭିଯୁକ୍ତମାନଙ୍କୁ ଧରିବା ସହ ଏହି ଚୋରା କାରବାରର ମୁଖ୍ୟ ଚେର ଖୋଜିବା ପାଇଁ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?