ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୋଲିସର ଏହି ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର ଆହତ ହୋଇଥିବା ବେଳେ ତାର ଅନ୍ୟ ସହଯୋଗୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଆହତ ଅପରାଧୀ ଜଣକ ବ୍ରଜରାଜନଗର ଗାନ୍ଧୀଛକ ଅଞ୍ଚଳର ଜୟ ଚୌହାନ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, କଦମଘାଟ ନିକଟରେ କିଛି ଅପରାଧୀ ଏକତ୍ରିତ ହୋଇ ଡକାୟତି ପାଇଁ ଯୋଜନା କରୁଥିବା ନେଇ ପୋଲିସକୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଏହି ଆଧାରରେ ପୋଲିସ ଟିମ ସେଠାରେ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ଅପରାଧୀମାନେ ପ୍ରଥମେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ପୋଲିସ ଏହାର ଜବାବୀ କାର୍ଯ୍ୟାନୁଷ୍ଠାନ ସୱରୂପ ପାଲଟା ଗୁଳି ଚଳାଇଥିଲା।
ଏହି ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନର ଡାହାଣ ଗୋଡ଼ରେ ଗୁଳି ବାଜିଛି। ଫଳରେ ସେ ସେଠାରେ ଟଳି ପଡ଼ିଥିଲା। ପୋଲିସ ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (DHH)ରେ ଭର୍ତ୍ତି କରିଛି। ଏହି ସମୟର ସୁଯୋଗ ନେଇ ତାର ଅନ୍ୟ ସହଯୋଗୀମାନେ ସେଠାରୁ ଚମ୍ପଟ ମାରିବାରେ ସଫଳ ହୋଇଛନ୍ତି। ଫେରାର ଅପରାଧୀମାନଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ନାକାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ ଜୋରଦାର କରାଯାଇଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆହତ ଜୟ ଚୌହାନ ଜଣେ ପେସାଦାର ଅପରାଧୀ ଏବଂ ତା’ ନାମରେ ବିଭିନ୍ନ ଥାନାରେ ୧୦ରୁ ଅଧିକ ସଙ୍ଗୀନ ମାମଲା ରହିଛି। ଏହି ଏନକାଉଣ୍ଟର ସମ୍ପର୍କରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି। ଅପରପକ୍ଷରେ, ଘଟଣାର ସବିଶେଷ ତଥ୍ୟ ପ୍ରଦାନ କରିବା ପାଇଁ ଆଜି ଦିନ ୧୦ଟାରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ (SP) ଜି.ଆର. ରେଡ୍ଡୀ ଏସପି ଅଫିସରେ ଏକ ପ୍ରେସମିଟ ଡାକିଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri