ଅଭିଯୁକ୍ତଙ୍କୁ ପୋଲିସର ଏନ୍‌କାଉଣ୍ଟର

ରାଉରକେଲା ଅଫିସ,୧୫।୧୧:ଜମିବାଡ଼ି ବିବାଦରୁ ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଝରିଆକୋଚା ବସ୍ତିର ବାଞ୍ଛାନିଧି ତନ୍ତୀ(୪୨)ଙ୍କୁ ଗୁଳି ମାରି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଅଜିତ ଓରାମ ଓରଫ ଚୁମକୁଙ୍କୁ ପୋଲିସ ସୋମବାର ଏନ୍‌କାଉଣ୍ଟର କରିଛି। ତାଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ପୋଲିସ କହିଛି। ଅଜିତଙ୍କଠାରୁ ଏକ ୯ ଏମ୍‌ଏମ୍‌ ପିସ୍ତଲ ସହ ୩ଟି ଅଫୁଟା ଗୁଳି ଜବତ କରାଯାଇଛି। ଅନ୍ୟପକ୍ଷେ ହତ୍ୟା ଘଟଣାର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ତନାଘନା ଚଳାଇଛି।
ସୂଚନା ଅନୁସାରେ, ବାଞ୍ଛାନିଧି ଝରିଆକୋଚା ବସ୍ତିରେ କିଛି ଅନାବାଦି ଜାଗା ଜବରଦଖଲ କରିବାକୁ ନେଇ ବହୁବର୍ଷ ହେଲା ଅଜିତ ଓ ବାଞ୍ଛାନିଧିଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା। ରବିବାର ସକାଳେ ବାଞ୍ଛାନିଧି ଘର ପାଖରେ ଯାଉଥିବା ବେଳେ କିଛି ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚାଳନା କରି ଫେରାର ହୋଇ ଯାଇଥିଲେ। ସେଥିରୁ ଗୋଟିଏ ଗୁଳି ବାଞ୍ଛାନିଧିଙ୍କ ଦେହରେ ବାଜିବାରୁ ସେ ତଳେ ପଡିଯାଇଥିଲେ। ତାଙ୍କୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ମୁଖ୍ୟ ଅଭିଯୁକ୍ତ ଅଜିତ ଜଲଦା ଫାଣ୍ଡି ଅନ୍ତର୍ଗତ ହାତିବନ୍ଧା ଜଙ୍ଗଲରେ ଲୁଚି ରହିଥିଲେ। ରଘୁନାଥପାଲି ପୋଲିସ ଓ ଝିରପାଣି ପୋଲିସ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଉକ୍ତ ଜଙ୍ଗଲରେ ଅପରେଶନ କରୁଥିବାବେଳେ ହଠାତ ଅଜିତ ପୋଲିସ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିଲେ। ପୋଲିସ ପାଲଟା ଗୁଳି ଚଳାଇବାରୁ ଅଜିତଙ୍କ ଡାହାଣ ଗୋଡରେ ଗୁଳି ବାଜିଥିଲା। ଫଳରେ ସେ ଦୌଡି ନ ପାରି ଜଙ୍ଗଲ ମଝି ରାସ୍ତାରେ ପଡିଯାଇଥିଲେ। ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆରିଜିଏଚ୍‌ରେ ଭର୍ତ୍ତି କରିଛି। ସେଠାରେ ପୋଲିସ ହେପାଜତରେ ତାଙ୍କର ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?