Posted inଅପରାଧ

୩୦ ସେକେଣ୍ଡରେ ୪୦ ଲକ୍ଷ ଟଙ୍କାର ସୁନା ଚୋରି କରିଥିବା ଗ୍ୟାଙ୍ଗକୁ ଏନ୍‌କାଉଣ୍ଟର

ଆଲିଗଡ଼, ୧୬।୯: ଉତ୍ତର ପ୍ରଦେଶର ଆଲିଗଡ଼ରେ ୫ ଦିନ ତଳେ ଗୋଟିଏ ଅଳଙ୍କାର ଶୋରୁମ୍‌ରୁ ୪୦ ଲକ୍ଷ ଟଙ୍କାର ଗହଣା ଚୋରି କରିନେଇଥିବା ଗ୍ୟାଙ୍ଗକୁ ପୋଲିସ ଏନ୍‌କାଉଣ୍ଟର କରିଛି। ସେକ୍ଟର-୨୦ ଥାନା ପୋଲିସ ଅପରାଧିଙ୍କୁ ଘେରି ଯାଇଥିଲା। ଏହାପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ୩ଜଣ ଅପରାଧୀ ଆହତ ହୋଇଥିବା ଜଣାପଡ଼ିଛି।
ଡକାୟତମାନେ ୫ ଦିନ ତଳେ ଆଲିଗଡ଼ର ବନାଦେବୀ ପୋଲିସ ଥାନା ଅନ୍ତର୍ଗତ ସାରସୋଲ ଛକ ନିକଟରେ ଥିବା ସୁନ୍ଦର ଜୁଏଲାରୀ ଶୋରୁମ୍‌ରୁ ମାତ୍ର ୩୦ ସେକେଣ୍ଡରେ ୪୦ ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରି ନେଇଯାଇଥିଲେ। ଗ୍ରାହକ ବେଶରେ ଆସିଥିବା ଏହି ୩ଜଣ ଡକାୟତ ପ୍ରଥମେ ହାତ ସାନିଟାଇଜର କରି ଶୋରୁମ ଭିତରକୁ ପ୍ରବେଶ କରିବା ପରେ ହତିଆର ବାହାର କରି କର୍ମଚାରୀଙ୍କୁ ଭୟଭୀତ କରିଥିଲେ। ଏହାପରେ ୪୦ ଲକ୍ଷ ଟଙ୍କାର ଗହଣା ସମେତ ୫୦ ହଜାର ଟଙ୍କା ଚୋରି କରି ଫେରାର୍‌ ହୋଇଯାଇଥିଲେ। ଏଥିରେ ୮୦୦ ଗ୍ରାମ ସୁନା ଗହଣା ରହିଥିବା ଜଣାପଡ଼ିଛି। ବୁଧବାର କିନ୍ତୁ ପୋଲିସକୁ ଏହି ଘଟଣାରେ ସଫଳତା ମିଳିଥିଲା। ୩ ଡକାୟତଙ୍କୁ ଏନ୍‌କାଉଣ୍ଟର କରି ପୋଲିସ ଚୋରି ହୋଇଥିବା ଗହଣା ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri