ଅପରାଧୀ ପିନୁଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ଶଙ୍କରେଶ୍ୱର ମନ୍ଦିର ନିକଟ ଜଙ୍ଗଲରେ ଗୁରୁବାର ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ପିନୁ ବରାଳ ଗୁରୁତର ଆହତ ହୋଇଛନ୍ତି। ପିନୁଙ୍କ ବାମ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ପୋଲିସ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛି। ପିନୁଙ୍କ ନାଁରେ ବିଭିନ୍ନ ଥାନାରେ ୧୧ଟି ମାମଲା ରହିଛି। ପୋଲିସ ତାଙ୍କଠାରୁ ଗୋଟିଏ ପିସ୍ତଲ, ୨ଟି ଗୁଳି ସହ ଏକ ବାଇକ୍‌ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ପିନୁ ଓରଫ (ପିନାକୀ ବରାଳ) ମାରଣାସ୍ତ୍ର ଧରି ଲୁଟ ଉଦ୍ଦେଶ୍ୟରେ ଆସୁଥିବା ପୋଲିସକୁ ସୂଚନା ମିଳିଥିଲା। ଅପରାହ୍ନରେ ପୋଲିସ ଲୋକନାଥ ମନ୍ଦିର ପଛପଟେ ଶଙ୍କରେଶ୍ୱର ଜଙ୍ଗଲରେ ଅପରାଧୀ ପିନୁଙ୍କୁ ଧରିବାକୁ ଚେଷ୍ଟା କରିଥିଲା। ହେଲେ ପିନୁ ପୋଲିସ ଉପରକୁ ଗୁଳି ଚଳାଇଥିଲେ। ପୋଲିସ ମଧ୍ୟ ଏହାର ଜବାବ ଦେଇଥିଲା। ଫଳରେ ପିନୁଙ୍କ ବାମ ଗୋଡ଼ରେ ଗୁଳି ବାଜିଥିଲା। ପରେ ପୋଲିସ ତାଙ୍କୁ କାବୁ କରି ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ପିନୁଙ୍କ ନାମରେ ବାସେଳୀ ସାହି, ତାଳବଣିଆ, କୁମ୍ଭାରପଡ଼ା ଏବଂ ବ୍ରହ୍ମଗିରି ଥାନାରେ ୧୧ଟି ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri