ପୋଲିସ-ଅବକାରୀ ବିଭାଗର ଚଢ଼ାଉ: ୪ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କୁ ନୋଟିସ, ଦେଶୀ-ବିଦେଶୀ…

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ):ଦାରିଙ୍ଗବାଡି ଥାନା ଅଞ୍ଚଳରେ ଦିନ କୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି ଫଳରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଦୁର୍ଘଟଣା ଓ ଅଶାନ୍ତି ଭଳି ପରିସ୍ଥିତି ବୃଦ୍ଧିକୁ ନେଇ ପୋଲିସ ର ଚିନ୍ତା ବଢିଛି । ନୂତନ ଥାନା ଅଧିକାରୀ ସଂଗ୍ରାମ କେଶରୀ ଜେନା ଏବେ ଚୋରାମଦ କାରବାରକୁ ରୋକିବା ପାଇଁ ଅଣ୍ଟା ଭିଡ଼ିଥିବା ଜଣାପଡିଛି। ଶନିବାର ଅବକାରୀ ବିଭାଗ ଏବଂ ପୋଲିସ ପକ୍ଷରୁ ଉକ୍ତ ବ୍ଲକ ଦାରିଙ୍ଗବାଡି, ଗ୍ରୀନବାଡି, ପ୍ଳିହେରୀର ମ୍ଲୁକଚେରୀ ଏବଂ ସିମନବାଡି ଅଞ୍ଚଳରେ ଚଢ଼ାଉ କରି ୫ ଲିଟର ବିଦେଶୀ ମଦ ସହ ୧୮ ଲିଟର ଦେଶୀ ମଦ ଜବତ କରିଥିବା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି । ଏନେଇ ପୋଲିସ ପକ୍ଷରୁ ଭିନ୍ନ ଭିନ୍ନ ୪ଟି ମାମଲା ରୁଜୁ କରି ଚାରିଜଣ ମଦ ବ୍ୟବସାୟୀଙ୍କୁ ଗିରଫ ସହ ନୋଟିସ ଜାରୀ କରି ଛାଡି ଦେଇଥିବା ଜଣାପଡିଛି। ଗିରଫଙ୍କ ମଧ୍ୟରେ ସିମନବାଡିର ସନ୍ତୋଷ କୁମାର ସାହୁ, ଗ୍ରୀନବାଡିର ଅଶୋକ ନାୟକ, ଦାରିଙ୍ଗବାଡି ର ସରସ୍ବତୀ ସାହୁ ଏବଂ ମ୍ଲୁକଚେରୀର ଦମୟନ୍ତୀ ନାୟକ ବୋଲି ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ପୋଲିସ ଓ ଅବକାରୀ ବିଭାଗର ଏହି ଅଭିଯାନ ଆଗକୁ ଜୋରଦାର କରାଯିବ ବୋଲି ଆଇଆଇଆସି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ...

ଗୌରୀଶଙ୍କର-ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ବାଜି ମାରିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମସ୍ଥିତ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆ ଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ କ୍ଲବ୍‌...

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ...

ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ...

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା...

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି।...

କଟନି- ଛଟନିକୁ ନେଇ ଚାଲିଥିଲା ବିବାଦ: ପୋଲିସ ପ୍ରଶାସନର ଉପସ୍ଥିତିରେ ମଣ୍ଡିରୁ ଉଠିଲା ଚାଷୀଙ୍କ ଧାନ

ଦିଗପହଣ୍ଡି,୧୭।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମ ଶ୍ରୀ ରଘୁନାଥ ମହାପ୍ରଭୁ ପ୍ରାଥମିକ ସେବା ସମବାୟ ସମିତିରେ ଚାଷୀଙ୍କ ଠାରୁ ମଣ୍ଡି...

ନିଶା ଠାରୁ ଦୂରେଇ ଭବିଷ୍ୟତ ଚିନ୍ତା କରିବାକୁ  ଛାତ୍ରୀଛାତ୍ରଙ୍କ ଏମିତି ପ୍ରୟାସ 

ଭଞ୍ଜନଗର,୧୭।୧(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡାଙ୍କ ନିର୍ଦ୍ଧେଶକ୍ରମେ  ଏବଂ କେଏସୟୁବି କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri