ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ-ଅବକାରୀ ବିଭାଗ: ସଚେତନତାକୁ ନେଇ ଉଠୁଛି ପ୍ରଶ୍ନ

ଦାରିଙ୍ଗବାଡି, ୧୫/୧୧ (ଅରୁଣ ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦତିଙ୍ଗବାଡି ପୋଲିସ ଏବଂ ଅବକାରୀ ବିଭାଗ ମିଳିତ ଗଞ୍ଜେଇ ଚାଷକୁ ସମୂଳ ନଷ୍ଟ କରିବାକୁ ଜୋରଦାର ପଦକ୍ଷେପ ଆରମ୍ଭ ହୋଇଛି। ଚଳିତ ବର୍ଷ ଦିତୀୟ ଥର ପାଇଁ ଗଞ୍ଜେଇ ଗଛ କାଟିବା ଓ ତାକୁ ନଷ୍ଟ କରିବାରେ ପୋଲିସ ଓ ଅବକାରୀ ବିଭାଗ ପଦକ୍ଷେପ ନେଇଛି। ପ୍ରାୟ ୫୧ ଏକର ଜମିରେ ରହିଥିବା ଏହି ଗଞ୍ଜେଇ ଚାଷକୁ କାଟିବା ଓ ପୋଡି ନଷ୍ଟ କରିଥିବା ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ ମାଝୀ କହିଛନ୍ତି।

ଦାରିଙ୍ଗବାଡି ଥାନା ଦୁର୍ଗମ ପର୍ତ୍ତମାହା ପଞ୍ଚାୟତର କହମ୍ପଡି, ଜାଗାଡି ଆଦି ଅଞ୍ଚଳରେ ଏହି ଚାଷ ନଷ୍ଟ କରାଯାଇଥିବା କୁହାଯାଇଛି। ତେବେ ପୋଲିସ ଗତ କିଛି ବର୍ଷ ଧରି ଏହି ଗଞ୍ଜେଇ ଗଛ ନଷ୍ଟ କରିଆସିଥିଲେ ମଧ୍ୟ ଏହି ଚାଷ କିଏ କରିଛି ଏବଂ ଯେଉଁ ଜମିରେ ଏହି ଚାଷ ହେଉଛି ତାହାର ମାଲିକ ନା ସରକାରୀ ଜମିକୁ ଗଞ୍ଜେଇ ମାଫିଆ ମାନେ ଅପବ୍ୟବହାର କରୁଛନ୍ତି। ସେ ନେଇ ଆଜି ପର୍ଯ୍ୟନ୍ତ ମାଫିଆ ମାନଙ୍କୁ ଧରିବାରେ ବିଫଳ ହୋଇଛି । ସେହିପରି ଏହି ଚାଷ କାର୍ଯ୍ୟ ଆରମ୍ଭ ପୂର୍ବରୁ ପୋଲିସ କିମ୍ବା ଅବକାରୀ ବିଭାଗ କିଭଳି ଜାଣିପାରୁନାହିଁ ସେନେଇ ପ୍ରଶ୍ନ ଉଠୁଛି । ପୋଲିସ ଓ ଅବକାରୀ ବିଭାଗ ତାର ଗୋଇନ୍ଦା ସୂଚନାକୁ ଆହୁରି ଶକ୍ତିଶାଳୀ କରିବା ସହ ଏହି ଚାଷ ନକରିବା ପାଇଁ ବ୍ୟାପକ ସଚେତନ କରିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri