ପୋଲିସ ବିଫଳତା ଏଡ଼ାଇବାର ଅପଚେଷ୍ଟା: ସାଲୁଜା

ବଲାଙ୍ଗୀର ଅଫିସ/ବେଲପଡ଼ା,୩ା୨ (ଡି.ଏନ୍‌.ଏ.):କଣ୍ଟାବାଞ୍ଜି-ବେଲପଡା ରାସ୍ତାରେ ଥିବା ଆଲିସାନ୍‌ ସିନେମା ହଲ୍‌ରେ ବୁଧବାର ରାତିରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ବେଲପଡା ଥାନା ପୋଲିସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଅମିତ୍‌ ଓରଫ୍‌ ସେଜି ସିଂ ସାଲୁଜାଙ୍କ ସମେତ ୬ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ପ୍ରତିକ୍ରିୟା ରଖି ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଛୋଟ ଘଟଣାକୁ ବଡ ରୂପ ଦେବାର ଅପଚେଷ୍ଟା କରାଯାଉଛି। ଆଲିସାନ୍‌ ସିନେମା ହଲର ପାର୍ଟନର ହେଉଛନ୍ତି ଭୁବନେଶ୍ୱରରେ ଥିବା ଜଣେ ପୋଲିସ ଡିଜି। ସେ ଏହି ଛୋଟ ଘଟଣାକୁ ବଡ ରୂପ ଦେବାକୁ ଚେଷ୍ଟା କରୁଛନ୍ତି। ଏହି ଘଟଣା ପରେ ପ୍ରଥମେ ୪ଟି ଦଫାରେ ମାମଲା ରୁଜୁ ହୋଇଥିଲା। ପରେ ୧୦ଟି ସଙ୍ଗିନ ଦଫା ଯୋଡା ଯାଇଛି। ଆଲିସାନ୍‌ ସିନେମା ହଲ୍‌ ମାଲିକ କିଶନ ଅଗ୍ରୱାଲଙ୍କ ସହ ଉକ୍ତ ପୋଲିସ ଡିଜିଙ୍କ ପାର୍ଟନରଶିପ୍‌ ରହିଛି। ବଲାଙ୍ଗୀର ଜିଲାରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ବଲାଙ୍ଗୀର ଭଳି ଶାନ୍ତିପ୍ରିୟ ସହର ଏବଂ ଜିଲାରେ ଏବେ ପ୍ରତିଦିନ ଅପରାଧ ଘଟିଚାଲିଛି। ରାଜ୍ୟସ୍ତରରେ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣା ଘଟିଛି। ଜଣେ ପୋଲିସ ଅଫିସର ତାଙ୍କୁ ହତ୍ୟା କରିଛନ୍ତି ଏବଂ କ୍ରାଇମବ୍ରାଞ୍ଚ ବି ତା’ର ଖିଅ ପାଉନାହିଁ। ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଧରାଯାଇନାହିଁ। ଏଇ ସବୁ ଘଟଣାକୁ ଆଢୁଆଳରେ ରଖିଦେବାକୁ ଏହି ଚକ୍ରାନ୍ତ କରାଯାଇଛି ବୋଲି ବିଧାୟକ ସାଲୁଜା କହିଛନ୍ତି। ସିନେମା ହଲ୍‌କୁ ସିନେମା ଦେଖି ଯାଇଥିବା ୬ ଜଣ ନିରୀହ ଲୋକଙ୍କ ଉପରେ ପୋଲିସ ୧୦ଟି ସଙ୍ଗିନ ଦଫା ଲଗାଇଛି। ଏଥିରୁ ପୋଲିସର ଆଭିମୁଖ୍ୟ ସ୍ପଷ୍ଟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri