ଜଗତ୍‌ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକ ଅଫିସ,୨୦ା୧୨: ଜଗତ୍‌ପୁର ଶିଳ୍ପାଞ୍ଚଳ ଫେଜ୍‌-୨ରେ ଥିବା ମାହେକ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ଦୀର୍ଘଦିନ ଧରି ସେଠାରେ ବେଆଇନ ଭାବେ ଉକ୍ତ କାରଖାନା ଚାଲୁଥିଲା। ଖବରପାଇ ଅପରାହ୍ନରେ ମାଲଗୋଦାମ ଓ ଜଗତ୍‌ପୁର ପୋଲିସ ମିଳିତ ଭାବେ ସେଠାରେ ଚଢାଉ କରିଥିଲା। ଚଢାଉବେଳେ ସେଠାରୁ ନାମୀଦାମୀ କମ୍ପାନୀର ଲୋଗୋ, ଯନ୍ତ୍ରାଂଶ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ କରାଯାଇଛି। ଜବତ ସାମଗ୍ରୀ ମଧ୍ୟରେ ପ୍ରାୟ ୫୦୦ ବସ୍ତା ସୋୟାବଡି, ୧୫୦ ବସ୍ତା ରାସାୟନିକ ସାମଗ୍ରୀ, ୪୦ ବସ୍ତା ଚାଉଳ ଗୁଣ୍ଡ ରହିଛି। ଏହି ଘଟଣାରେ ପୋଲିସ କାରଖାନା ମାଲିକ ଓ ତାଙ୍କର ଜଣେ ସହଯୋଗୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଏ ନେଇ ଜଗତ୍‌ପୁର ଥାନାରେ ଏକ ମାମଲା(ନଂ.୫୩୧/୨୦) ରୁଜୁ ହୋଇଥିବା ଥାନାଧିକାରୀ ରବୀନ୍ଦ୍ର ମେହେର କହିଛନ୍ତି। ଏହି ଚଢ଼ାଉରେ କଟକ କମିଶନରେଟ ପୋଲିସର ଜୋନ-୧ ଏସିପି ଅମରେନ୍ଦ୍ର ପଣ୍ଡା ଓ ମାପ ଓଜନ ଅଧିକାରୀ ଉତ୍କଳ କେଶରୀ ମହାନ୍ତି ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ, କଟକର ବିଭିନ୍ନ କାରଖାନାରେ ନକଲି ସାମଗ୍ରୀ ପ୍ରସ୍ତୁତ କରାଯାଇ ରାଜ୍ୟର ବିଭିନ୍ନ ସ୍ଥାନକୁ ବିକ୍ରି ପାଇଁ ପଠାଯାଉଛି। ଦୀର୍ଘଦିନ ହେବ ଏଭଳି ବେଆଇନ କାର୍ଯ୍ୟ ଚାଲୁଥିଲେ ମଧ୍ୟ ପୋଲିସ ଏ ସମ୍ପର୍କରେ ସୁରାକ ପାଇପାରୁନାହିଁ। ଯାହାକୁ ନେଇ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅଭିଯୋଗ ପାଇବା ପରେ ପୋଲିସ କେତେକ କାରଖାନା ଉପରେ ଚଢାଉ କରୁଛି। ହେଲେ ଏଭଳି ବେଆଇନ କାର୍ଯ୍ୟକୁ ସମ୍ପୂର୍ଣ୍ଣ ମାତ୍ରାରେ ରୋକିବାରେ ବିଫଳ ହୋଇଛି। ଆଗାମୀ ଦିନରେ ଏଭଳି ନକଲି ଓ ଅପମିଶ୍ରଣ ସାମଗ୍ରୀ ତିଆରି ହେଉଥିବା କାରଖାନା ଉପରେ ପୋଲିସ ଏବଂ ପ୍ରଶାସନ ଚଢାଉ ଜାରି ରଖିବା ପାଇଁ ସହରବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri