ଏଣିକି ପୋଲିସ, ଅଗ୍ନିଶମ ସେବା ପାଇଁ ନଂ. ୧୧୨

କଟକ ଅଫିସ,୧୮।୯: ଏଣିକି ଗୋଟିଏ ନମ୍ବରରେ ମିଳିବ ପୋଲିସ ଓ ଅଗ୍ନିଶମ ସେବା। ୧୦୧ ପରିବର୍ତ୍ତେ ୧୧୨କୁ କଲ୍‌ କରି ଜରୁରିକାଳୀନ ପରିସ୍ଥିତିରେ ଲୋକେ ଅଗ୍ନିଶମ ସେବା ପାଇ ପାରିବେ। ସେହିଭଳି ପୂର୍ବରୁ ପୋଲିସ ପାଇଁ ୧୦୦କୁ ଡାଏଲ୍‌ କରାଯାଉଥିବାବେଳେ ଏବେ ୧୧୨ରେ କଲ୍‌ କରି ହେବ। ଏହି ନମ୍ବର ସମ୍ପୂର୍ଣ୍ଣ ଦେୟମୁକ୍ତ। ଏହାଦ୍ୱାରା ଜରୁରୀ ସମୟରେ ଶୀଘ୍ର ସେବା ମିଳିପାରିବ। ସେଥିପାଇଁ ଲୋକଙ୍କୁ ୧୧୨ ଇଣ୍ଡିଆ ମୋବାଇଲ ଆପ୍‌ ଡାଉନ୍‌ଲୋଡ କରିବାକୁ ପଡିବ। ସେଥିରେ ନିଜକୁ ୧୧୨ ସ୍ବେଚ୍ଛାସେବୀଭାବେ ପଞ୍ଜିକରଣ କରି ବିପଦରେ ଥିବା ଅନ୍ୟମାନଙ୍କୁ ସାହାଯ୍ୟ କରିପାରିବେ ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri