ଟାପରାଙ୍ଗ ଗାଁରେ ମାଓବାଦୀ ପୋଲିସ ଗୁଳି ବିନିମୟ ଘଟଣା: ପୋଷ୍ଟର ଲଗାଇ ପୁଣି ଉପସ୍ଥିତ ଜାହିର କଲେ ଲାଲବାହିନୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଅନ୍ତର୍ଗତ ମାଣିକେରା ପଞ୍ଚାୟତର ଟାପରାଙ୍ଗ ଗାଁରେ ଗତ ମେ ୯ ତାରିଖ ସକାଳୁ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ଦେଢ଼ ମାସ ପରେ ପୁଣି ଉକ୍ତ ଗାଁରେ ମାଓବାଦୀ ପୋଷ୍ଟର ଲଗାଇ ଲାଲ ବାହିନୀ ନିଜ ଉପସ୍ଥିତି ଜାହିର କରିଛନ୍ତି । ଶନିବାର ସକାଳୁ ଗ୍ରାମର ବିଭିନ୍ନ ସ୍ଥାନରେ ଏହି ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ମାଓବାଦୀ ସଂଗଠନ ଏହି ହତ୍ୟାକୁ ଅମାନବୀୟ କହିବା ସହ ପୋଲିସର ବର୍ବରତାକୁ ନିନ୍ଦା କରିଛି। କ୍ରୁରତାକୁ ଲୁଚାଇ ଏନକାଉଣ୍ଟରର ରୂପ ଦେଇ ଖବର ପରିବେଷଣ କରିଥିବା ଗଣମାଧ୍ୟମ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରିଛି ମାଓବାଦୀ ସଂଗଠନ। ଏହି ଗୁଳି କାଣ୍ଡରେ ନିହତ ମାଓବାଦୀଙ୍କ ଫଟୋ ସହ ସେମାନଙ୍କ ସଂକ୍ଷିପ୍ତ ବିବରଣୀ ପୋଷ୍ଟର ଗୁଡିକରେ ଉଲ୍ଲେଖ ରହିଛି । ନିହତ ୩ ମାଓବାଦୀ ଲଳିତ, ରିତୁ ଓ ସନ୍ଦେଶ ରହିଥିବା ବେଳେ ସମସ୍ତଙ୍କ ମାଓବାଦୀ ସଂଗଠନରେ ଭୂମିକା ସମ୍ପର୍କରେ ତଥ୍ୟ ଉଲ୍ଲେଖ ରହିଛି। ଲଳିତ ପ୍ରଥମ ପତ୍ନୀ ନମିତା ମୃତ୍ୟୁର ୨ ବର୍ଷ ପରେ ଟାପରାଙ୍ଗ ଗାଁରେ ନିହତ ହେବାର ଏକ ସପ୍ତାହ ପୂର୍ବରୁ ଦ୍ୱିତୀୟ ବିବାହ କରିଥିବା ଏହି ପୋଷ୍ଟରରେ ଲେଖା ହୋଇଛି । ଏଥି ସହିତ ଜୁନ ୨୫ ତାରିଖ ବନ୍ଦକୁ ସଫଳ କରିବା ପାଇଁ ପୋଷ୍ଟରରେ ଆହ୍ବାନ କରିଛି । ଶୁକ୍ରବାର ରାତି ରେ ଉକ୍ତ ଅଞ୍ଚଳରେ ବର୍ଷା କାରଣରୁ ପୋଷ୍ଟରର କିଛି ଲେଖା ଲିଭି ଯାଇଥିଲେ ମଧ୍ୟ ମାଓବାଦୀଙ୍କ ପୁଣି ଉପସ୍ଥିତି କୁ ନେଇ ଅଞ୍ଚଳ ବାସୀଙ୍କ ମନରେ ପୁଣି ଥରେ ଭୟ ସଞ୍ଚାର ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri