ମାନବିକତା ଭୁଲିଗଲା ପୋଲିସ

ପାଣିକୋଇଲି,୯ା୪(ବିକାଶ କୁମାର ମଲିକ):ପାଣିକୋଇଲି ଥାନା ତଥା ବ୍ୟାସନଗର ତହସିଲ ଅଧୀନ ମୁଳାପାଳ ପଞ୍ଚାୟତର ଧନତ୍ରୀ ବାଲିଘାଟକୁ ନେଇ ଶନିବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ବାଲିଘାଟରେ ବାଲି ବ୍ୟବସାୟୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଘଟିଥିବା ଗଣ୍ଡଗୋଳ ନେଇ ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଉକ୍ତ ଗ୍ରାମର ୧୧ ଜଣଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ଏହି ଖବର ଜଣାପଡିବା ପରେ ଧନତ୍ରୀ ଗ୍ରାମର ଶତାଧିକ ଗ୍ରାମବାସୀ ଅଟକ ଥିବା ବ୍ୟକ୍ତିମାନଙ୍କୁ ଛାଡ଼ି ଦେବା ଦାବି ନେଇ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ବାଲି ବ୍ୟବସାୟୀଙ୍କ ସହ ପ୍ରଶାସନର ମଧୁଚନ୍ଦ୍ରିକା ନେଇ ଅଭିଯୋଗ ଆଣି ବିଭିନ୍ନ ନାରାବାଜି କରିବା ସହିତ ଥାନା ଘେରାଉ କରିଥିଲେ। ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଘଟଣାସ୍ଥଳକୁ ଆସି ଆଲୋଚନା କରିବା ପରିବର୍ତ୍ତେ ଧାରଣାରେ ବସିଥିବା ଗ୍ରାମବାସୀଙ୍କୁ ଧମକ ଦେବା ସହ ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ଲାଗି କହିଥିଲେ। ଏପରି କି କାଳ ବୈଶାଖୀ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ମାରିବା ସତ୍ତ୍ୱେ ଏକ ପାଲକୁ ଧରି ୨ଘଣ୍ଟା ଧରି ଗ୍ରାମବାସୀ ଥାନା ସମ୍ମୁଖରେ ଛିଡ଼ା ହୋଇଥିଲା ବେଳେ ପୋଲିସ ସେମାନଙ୍କୁ ଅଭ୍ୟର୍ଥନା ଗୃହକୁ ଡ଼ାକି ନ ଥିଲା କି ସେମାନଙ୍କ ସହିତ ଆଲୋଚନା କରି ନ ଥିଲା। ଫଳରେ ଗ୍ରାମବାସୀ ସେଭଳି ଅବସ୍ଥାରେ ପାଲ ତଳେ ଛିଡ଼ା ହୋଇ ରହିଥିଲେ। ଏହାର କିଛି ସମୟ ପରେ ବ୍ୟାସନଗର ତହସିଲଦାର ପହଞ୍ଚତ୍ ଆଲୋଚନା କରିଥିଲେ ା ହେଲେ ଜନସାଧାଣରଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଥିଲେ ା ଲିଖିତ ଭାବେ ଜଣାଅ, ମାଇନିଂ ବିଭାଗ ସେକଥା ବୁଝିବ ବୋଲି କହି ଗ୍ରାମବାସୀଙ୍କ ଦାବିକୁ ଏଡାଇ ଯାଇଥିଲେ ା ତେବେ ଥାନା ସମ୍ମୁଖରେ ଥିବା ଜିଲା ଆରକ୍ଷୀ ଅଧୀକ୍ଷକ କିଭଳି ଘଟଣା କିପରି ଜାଣିପାରିଲେ ନାହିଁ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା ା ପୋଲିସର ଏଭଳି ପଦକ୍ଷେପକୁ ସାଧାରଣରେ ସମାଲୋଚନା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri